Masthead

କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି :ସରକାରୀ ସ୍କୁଲରେ ପଢିଲେ ମିଳିବ ସଂରକ୍ଷଣ

ସରକାରୀ ଚାକିରିଆଙ୍କ ସମ୍ପତ୍ତି ତାଲିକା ପ୍ରଦାନ ବାଧ୍ୟତାମୂଳକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) :ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଅଧକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ସବୁଠୁ ବଡ଼ କଥାହେଲା ନିର୍ବାଚିତ ଲୋକ ପ୍ରତିନିଧି ଓ ସରକାରୀ କର୍ମଚାରୀ ସଂପତ୍ତି ତାଲିକା ଦେବା ପାଇଁ ପ୍ରସ୍ତାବ ପାରିତ ହୋଇଛି। ସରପଞ୍ଚଙ୍କ ଠାରୁ ମୁଖ୍ୟମନ୍ତ୍ରୀଙ୍କ ପର୍ୟ୍ୟନ୍ତ ସମସ୍ତେ ସଂପତ୍ତିର ତାଲିକା ଦେବେ । ସଂପତ୍ତି ତାଲିକାର ନକଲ ପ୍ରତିବର୍ଷ ଲୋକାୟୁକ୍ତଙ୍କ ପାଖକୁ ପଠାଯିବ। ସଂପତ୍ତି ତାଲିକା ଲୋକେ ଦେଖିବାକୁ ପବ୍ଲିକ ଡୋମେନରେ ରଖାଯିବ । ଦୁର୍ନୀତି ରୋକିବା ପାଇଁ ଏଭଳି କଡ଼ା ପଦକ୍ଷେପ ନେବାରେ ଓଡ଼ିଶା ସାରା ଦେଶରେ ପ୍ରଥମ ରାଜ୍ୟ । ତା ସହିତ ରାଜ୍ୟ କ୍ୟାବିନେଟରେ ମଧ୍ୟ ଆଉଗୋଟେ ବଡ଼ ନିସ୍ପତ୍ତି ନିଆଯାଇଛି । ଏଣିକି ସରକାରୀ ସ୍କୁଲରେ ପଢିଲେ ମିଳିବ ସଂରକ୍ଷଣ । ଆସନ୍ତା ଶିକ୍ଷାବର୍ଷଠାରୁ ରାଜ୍ୟରେ ଥିବା ଡାକ୍ତରୀ, ଇଂଜିନିୟରିଂ ପରି ଉଚ୍ଚଶିକ୍ଷା ଅନୁଷ୍ଠାନରେ ମିଳିବ ସଂରକ୍ଷଣ । ଏହି ପ୍ରସ୍ତାବକୁ ଚୂଡାନ୍ତ ରୂପ ଦେବାକୁ ହାଇକୋର୍ଟର ଜଣେ ଅବସର ପ୍ରାପ୍ତ ବିଚାରପତିଙ୍କ ଅଧକ୍ଷତାରେ ଏକ ଉଚ୍ଚକ୍ଷମତା ସଂପନ୍ନ କମିଟି ଗଠନ କରାଯିବ । ଏହି କମିଟିରେ ବିଶିଷ୍ଟ ବ୍ୟକ୍ତି ଓ ଶିକ୍ଷାବିତ ମାନେ ସଦଶ୍ୟ ରହିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼