Masthead

ବନ୍ଦ ରହିବ ଭିତରକନିକା

ରାଜନଗର (ବଡ଼ ଖବର ବ୍ୟୁରୋ): କୁମ୍ଭୀର ଗଣନା ପାଇଁ ବନ୍ଦ ରହିବ ଭିତରକନିକା । ଜାନୁଆରୀ ୧୫ରୁ ଆରମ୍ଭ ହେବ ବାର୍ଷିକ କୁମ୍ଭୀର ଗଣନା । ୧୫ ରୁ ୨୩ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଜାତୀୟଉଦ୍ୟାନ ଭିତରକନିକା । କୁମ୍ଭୀର ବିଷାରଦ ସୁଧାକରଙ୍କ ନେତୃତ୍ୱରେ ଗଣନା କରାଯିବ । ଏହି ଗଣନା ୯ଦିନ ଧରି ଚାଲିବା ନେଇ ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ବିକାଶ ରଞ୍ଜନ ଦାସ । ପ୍ରତିବର୍ଷ ଡିସେମ୍ବର ଶେଷ ସପ୍ତାହ ଓ ଜାନୁଆରୀ ପ୍ରଥମ ସପ୍ତାହରେ ଗଣନା କରାଯାଇଥାଏ । କିନ୍ତୁ ଚଳିତ ବର୍ଷ ବ୍ୟତିକ୍ରମ ଦେଖାଦେଇଛି । ଇକୋରିଟ୍ରିଟ୍ ଚାଲିଥିବାରୁ ପର୍ଯ୍ୟଟକଙ୍କ ଆଗମନକୁ ନଜରରେ ରଖି ଗଣନା କରାଯାଇ ନାହିଁ । ଏହି ଗଣନା ଜାନୁଆରୀ ୫ରୁ ୧୪ ମଧ୍ୟରେ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । କିନ୍ତୁ ପରେ ଏହାକୁ ପରିବର୍ତ୍ତନ କରାଯାଇ ୧୫ ରୁ ୨୩ ଯାଏ କରାଯିବ ବୋଲି ବନବିଭାଗ ପକ୍ଷରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ