Masthead

୮୦ ମାର୍କର ପରୀକ୍ଷା ଦେବେ ପରୀକ୍ଷାର୍ଥୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା ସମୟରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା । ବୋର୍ଡ ପରୀକ୍ଷାକୁ ମଧ୍ୟ କରୋନା କାଳ ଏକ ପ୍ରକାରର ରୂପେ ପ୍ରଭାବିତ କରିଥିଲା । ପିଲାମାନଙ୍କର ଭବିଷ୍ୟତକୁ ନେଇ ମନରେ ଭୟ ଆଣିଦେଇଥଲା । ବର୍ତ୍ତମାନ ବର୍ଷ ଶେଷ ହୋଇଗଲାଣି । ତେବେ ଚଳିତ ବର୍ଷ ପିଲାମାନଙ୍କର ପାଠପଢ଼ାକୁ ଦୃଷ୍ଟିରେ ରଖି ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଛି । ଆସନ୍ତା ୮ ତାରିଖରେ ସ୍କୁଲ ଖୋଲିବ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ସେହିପରି ମେ ୩ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ । ଚଳିତ ବର୍ଷ ମାଟ୍ରିକ ଛାତ୍ର ଛାତ୍ରୀ ୮୦ ମାର୍କର ପରୀକ୍ଷା ଦେବେ। ୫୦ ମାର୍କରେ ଅବଜେକଟିଭ ଓ ୩୦ ମାର୍କ ସବଜେକ୍ଟିଭ ପ୍ରଶ୍ନର ଉତ୍ତର ଦେବେ।

କିନ୍ତୁ ମୂଲ୍ୟାୟନ ହେବ ୧୦୦ ମାର୍କରୁ। ଅର୍ଥାତ ୮୦ ମାର୍କରୁ ପରୀକ୍ଷାର୍ଥୀ ରଖିଥିବା ମାର୍କ ଅନୁଯାୟୀ ବଳକା ୨୦ ମାର୍କ ପାଇଁ ଆଭରେଜ ମାର୍କ ପାଇବେ। ସେହିପରି ପରୀକ୍ଷା ସରିବାର ୪୫ ରୁ ୫୦ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ। ଦ୍ଵିତୀୟ ପର୍ୟ୍ୟାୟରେ ଆବାସିକ ବିଦ୍ୟାଳୟ ଗୁଡିକର ହଷ୍ଟେଲ ଖୋଲିବା ପାଇଁ ଯୋଜନା ରହିଥିବା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ହଷ୍ଟେଲ ଖୋଲିବା ନେଇ ପରେ ନିଷ୍ପତ୍ତି ନିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ