Masthead

ବିଜେପି ନେତାଙ୍କୁ ହତ୍ୟା

ମାହାଙ୍ଗା(ବଡ଼ ଖବର ବ୍ୟୁରୋ): ବିଜେପି ନେତା କୁଳମଣି ବରାଳ ଓ ସହଯୋଗୀଙ୍କୁ ନିର୍ମମ ହତ୍ୟା । ସାଇଣ୍ଟିଫିକ୍ ଟିମ୍ ଘଟଣାର ତନାଘନା ଜାରି ରଖିଛି । ବିଜେପି ନେତା ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ଦୁର୍ବୃତ୍ତା ଏହାକୁ ନେଇ ଅଞ୍ଚଳରେ ଉତ୍ତେଜନା ଦେଖା ଦେବାରୁ ୩ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି । ଶନିବାର ରାତିରେ କୁଳମଣି ଓ ତାଙ୍କ ସହଯୋଗୀ ଦିବ୍ୟସିଂ ବରାଳ ବାଇକରେ ଯାଉଥିବା ସମୟରେ ୬ ଜଣ ଦୁର୍ବୃତ୍ତ ତାଙ୍କୁ ଅତର୍କିତ ଆକ୍ରମଣ କରିଥିଲେ । କୁଳମଣି ଓ ତାଙ୍କ ସହଯୋଗୀ ତଳେ ପଡିଯିବାରୁ ଦୁର୍ବୃତ୍ତମାନେ ତାଙ୍କୁ ପଥରରେ ଛେଚି ନିର୍ମମ ଭାବେ ହତ୍ୟା କରି ଫେରାର ହୋଇଯାଇଥିଲେ ।

ତୁରନ୍ତ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ମାହାଙ୍ଗା ହସ୍ପିଟାଲରେ କୁଳମଣିଙ୍କ ମୃତ୍ୟୁ ହୋଇଥିଲା । ତାଙ୍କ ସହଯୋଗୀଙ୍କୁ ଏସସିବି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଆଜି ସକାଳୁ ଚିକିତ୍ସାଧୀନ ଅବସ୍ଥାରେ ଦିବ୍ୟସିଂଙ୍କ ମୃତ୍ୟୁ ହୋଇଛି । ତେବେ ରାଜନୈତିକ ଶତ୍ରୁତାରୁ ଏଭଳି ହତ୍ୟାକାଣ୍ଡ ଘଟିଥିବା ପୂର୍ବାନୁମାନ କରାଯାଉଛି । ଏହି ଘଟଣାକୁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡଙ୍ଗୀ ତୀବ୍ର ନିନ୍ଦା କରିଛନ୍ତି । ଏଥିସହ ଘଟଣାର ତୁରନ୍ତ ତଦନ୍ତ କରାଯାଇ ଦୋଷୀକୁ ଗିରଫ କରିବା ପାଇଁ ଦାବି କରିଛନ୍ତି ବିଜେପି ନେତା । ଅନ୍ୟପଟେ ରାଜନୈତିକ ହିଂସାକୁ ଖଣ୍ଡନ କରିଛନ୍ତି ମନ୍ତ୍ରୀ ପ୍ରତାପ ଜେନା । ହତ୍ୟାକୁ ଯେତିକି ନିନ୍ଦା କଲେ ବି କମ୍ । ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଆବଶ୍ୟକ । ତେବେ ଦୋଷୀ କିପରି ଗିରଫ ହେବେ ମୁଁ ନିଜେ ଚେଷ୍ଟା କରିବି ବୋଲି ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ