Masthead

୪୫୦ କିମି ଗ୍ୟାସ୍ ପାଇପ୍‍ଲାଇନ୍‍ ଉଦଘାଟିତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡ଼ିଓ କନଫରେନ୍ସିଂ ଯୋଗେ କୋଚି-ମାଙ୍ଗାଲୋର ପ୍ରାକୃତିକ ଗ୍ୟାସ୍‍ ପାଇପ୍‍ଲାଇନ୍‍ ଉଦଘାଟନ କରିଛନ୍ତି । ଏହି ୪୫୦ କିଲୋମିଟର ଦୀର୍ଘ ପାଇପ୍‍ଲାଇନ୍‍ ଗେଲ୍‍ ଇଣ୍ଡିଆ ଲିମିଟେଡ୍‍ ଦ୍ୱାରା ନିର୍ମିତ ହୋଇଛି । ଏହାର ପରିବହନ କ୍ଷମତା ଦୈନିକ ୧୨ ନିୟୁତ ମେଟ୍ରିକ୍‍ ଷ୍ଟାଣ୍ଡାର୍ଡ କ୍ୟୁବିକ୍‍ ମିଟର ରହିଛି । ଏହି ପାଇପ୍‍ଲାଇନ୍‍ ଏର୍ଣ୍ଣାକୁଲମ, ତ୍ରିସୁର, ପାଲାକାଡ, ମଲପୁରମ୍‍, କୋଜିକୋଡ଼, କନୌର ଓ କାଶରାଗଡ଼ ଜିଲ୍ଲା ଦେଇ କେରଳର କୋଚିସ୍ଥିତ ତରଳୀକୃତ ପ୍ରାକୃତିକ ଗ୍ୟାସ୍‍ (ଏଲ୍ଏକନଜି) ପୁନଃ ବାଷ୍ପୀକରଣ ଟର୍ମିନାଲରୁ କର୍ଣ୍ଣାଟକର ମାଙ୍ଗାଲୁରୁ ପର୍ଯ୍ୟନ୍ତ ଗ୍ୟାସ୍‍ ପରିବହନ କରିବ ।

ଏହି ପ୍ରକଳ୍ପ ନିର୍ମାଣ ବାବଦରେ ୩ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଇ ୧୨ଲକ୍ଷ ମାନବ ଦିବସର ନିଯୁକ୍ତି ପ୍ରଦାନ କରାଯାଇଛି । ଏହି ପାଇପ୍‍ଲାଇନ୍‍ ୧୦୦ରୁ ଅଧିକ ଜଳାଶୟ ଅତିକ୍ରମ କରୁଥିବାରୁ ଏହାର ନିର୍ମାଣ ଇଞ୍ଜିନିୟରିଂ କ୍ଷେତ୍ର ପାଇଁ ଏକ ବିରାଟ ଆହ୍ୱାନ ଥିଲା । ହରାଇଜେଣ୍ଟଲ୍‍ ଡିରେକ୍ସନର ଡ୍ରିଲିଂ ପଦ୍ଧତି ଦ୍ୱାରା ଏହି ପ୍ରକଳ୍ପର ନିର୍ମାଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ