Masthead

ଭାରତରେ ବଢୁଛି ବ୍ରିଟେନ ଷ୍ଟ୍ରେନ: ସଂକ୍ରମିତଙ୍କ ସଂଖ୍ୟା ୫୮କୁ ବୃଦ୍ଧି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତରେ ଚିହ୍ନଟ ହେବାରେ ଲାଗିଛି ନୂଆ ବ୍ରିଟେନ ଷ୍ଟ୍ରେନ । ପୁଣି ୨୦ ଜଣ ବ୍ରିଟେନ୍‌ କୋଭିଡ୍‌-୧୯ ଷ୍ଟ୍ରେନ୍‌ ଦ୍ୱାରା ଆକ୍ରାନ୍ତ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ଭାରତରେ ସମୁଦାୟ ୫୮ ଜଣ ବ୍ରିଟେନ୍‌ ଷ୍ଟ୍ରେନ୍‌ ଦ୍ୱାରା ଏପର୍ଯ୍ୟନ୍ତ ସଂକ୍ରମିତ ହୋଇଛନ୍ତି। ତେବେ ସଂକ୍ରମିତଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ପୃଥକ ଆବାସରେ ରଖାଯିବ । ସେମାନଙ୍କ ସସ୍ପର୍ଶରେ ଆସିଥିବା ଲୋକଙ୍କୁ କ୍ୱାରେଣ୍ଟାଇନରେ ରଖାଯିବ । ଏବେ ସୁଦ୍ଧା ଭାରତ ବ୍ୟତୀତ ଡେନମାର୍କ, ନେଦରଲ୍ୟାଣ୍ଡ, ଫ୍ରାନ୍ସ, ଇଟାଲି, ସ୍ପେନ୍, ସ୍ୱିଜରଲ୍ୟାଣ୍ଡ, ଅଷ୍ଟ୍ରେଲିଆ, ସ୍ୱିଡେନ, କାନାଡା, ଜର୍ମାନୀ, ଜାପାନ, ସିଙ୍ଗାପୁର ଏବଂ ଲେବାନନ୍ ରେ ଷ୍ଟ୍ରେନ ଚିହ୍ନଟ ହୋଇଛନ୍ତି । ଏଥିପାଇଁ ଭାରତ ସରକାର ଉପଯୁକ୍ତ ରଣନୀତି ପ୍ରସ୍ତୁତ କରିଛନ୍ତି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି।

ତେବେ ଭାରତ ସରକାର ଡିସେମ୍ବର ୨୩ ତାରିଖ ମଧ୍ୟରାତ୍ରରୁ ଜାନୁଆରି ୭ ତାରିଖ ମଧ୍ୟରେ ବ୍ରିଟେନ୍‌ ରୁ ଭାରତ ଆସିବାକୁ ଥିବା ସମସ୍ତ ବିମାନକୁ ଅସ୍ଥାୟୀ ଭାବେ ବାତିଲ୍‌ କରାଯିବା ସହ ଡିସେମ୍ବର ୯ରୁ ୨୨ ତାରିଖ ମଧ୍ୟରେ ବିଟ୍ରେନ୍‌ ଫେରନ୍ତାଙ୍କ ପାଇଁ ବାଧ୍ୟତାମୂଳକ ଆର୍‌ଟି-ପିସିଆର୍‌ ପରୀକ୍ଷାର ନିୟମ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି