Masthead

ମାଟ୍ରିକ ଫର୍ମ ପୂରଣ ପାଇଁ ତାରିଖ ଘୋଷଣା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା ପାଇଁ ଗତ ବର୍ଷ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା । ବର୍ତ୍ତମାନ ପିଲାମାନଙ୍କ ପାଠପଢ଼ାକୁ ଦୃଷ୍ଟିରେ ରଖି ରାଜ୍ୟ ଶିକ୍ଷା ବିଭାଗ ତରଫରୁ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଛି । ଆସନ୍ତା ୮ ତାରିଖରେ ରାଜ୍ୟର କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲିବ । ମାଟ୍ରିକ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଥିବା ବେଳେ ଏବେ ଫର୍ମ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଅନଲାଇନ ମାଧ୍ୟମରେ ଫର୍ମ ପୂରଣ କରାଯିବ । ଆସନ୍ତା ୧୦ ତାରିଖରୁ ମାଟ୍ରିକ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ ହେବ ।

ପରୀକ୍ଷା ଦେବାକୁ ଥିବା ରେଗୁଲାର, କ୍ୱାସି ରେଗୁଲାର, ଏକ୍ସ ରେଗୁଲାର, କରେସପଣ୍ଡେନ୍ସ ରେଗୁଲାର ଓ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ମାନେ ୧୦ ତାରିଖରୁ ଫର୍ମ ଫିଲଅପ୍ କରିପାରିବେ ।ଏହା ୨୮ ତାରିଖ ଯାଏ ଚାଲିବ । ସକାଳ ୧୦ଟାରୁ ଫର୍ମ ଫିଲଅପ୍ ଆରମ୍ଭ ହେବ ।  ତେବେ ଫର୍ମ ଫିଲପ୍ ପାଇଁ ଜାନୁଆରି ୨୭କୁ ଫିସ୍ ଦାଖଲର ଶେଷ ଦିନ ରଖାଯାଇଛି । ଜାନୁଆରି ୨୮ରୁ ଫେବୃଆରି ୧ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଜରିମାନା ସହ ଫର୍ମ ପୂରଣ କରାଯାଇପାରିବ । ତେବେ ଜରିମାନା ସହ ଫର୍ମ ଫିଲଅପ୍‌ ଶେଷ ଦିନ ଫେବୃଆରୀ ୨ ତାରିଖ ରହିଛି । www.bseodisha.ac.in ୱେବସାଇଟରେ ଫର୍ମ ପୂରଣ ପାଇଁ ନିର୍ଦ୍ଦେଶାବଳୀ ଉଲ୍ଲେଖ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ