Masthead

ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଜି ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କ ଏହି ନୀତି ଆରମ୍ଭ କରିବେ। ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଥିବା ବେଳେ ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଚାଲିବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ବନକଲାଗି ନୀତି କରିବେ।

ପ୍ରଥା ଓ ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ପ୍ରତ୍ୟେକ ବୁଧବାର କିମ୍ବା ଗୁରୁବାରରେ ବନକଲାଗି ନୀତି ପାଳନ ହେବାର ବିଧି ରହିଛି। ଶ୍ରୀମନ୍ଦିର ନୀତି ନିର୍ଘଣ୍ଟ ଅନୁଯାୟୀ ମଧ୍ୟାହ୍ନ ୨.୩୦ ରୁ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର ନୀତି ଆରମ୍ଭ କରାଯିବ। ପ୍ରାୟ ୪ ଘଣ୍ଟା ଧରି ଏହି ବନକଲାଗି ନୀତି କରାଯାଉଥିବା ବେଳେ ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ। ତେବେ ବନକଲାଗି ପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତମହାପାତ୍ର ସେବାୟତମାନେ ଏହି ନୀତି ସମ୍ପର୍ଣ୍ଣ କରିବେ।

ମହାପ୍ରଭୁଙ୍କର ଏହି ବନକଲାଗି ନୀତି ହେଉଥିବାରୁ ଦତ୍ତମହାପାତ୍ର ସେବାୟତମାନଙ୍କ ମଧ୍ୟରେ ବେଶ ଉତ୍ସାହ ପ୍ରକାଶ ପାଇଛି। ପ୍ରଥମେ ଶ୍ରୀବିଗ୍ରହମାନଙ୍କର ଅଧର ପୋଛା ପରେ ବନକ ଲାଗି ନୀତି ଅନୁଷ୍ଠିତ ହୋଇଥାଏ। ଏଥିପାଇଁ ବେଶ ନିଷ୍ଠାର ସହ ଦତ୍ତମହାପାତ୍ର ସେବାୟତମାନେ ବନକ ପ୍ରସ୍ତୁତ କରିଥାନ୍ତି। ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ମହାପ୍ରଭୁଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖା ଯାଇଥାଏ। ତେବେ ଆଜି ସର୍ବସାଧାରଣ ଦର୍ଶନର ଚତୁର୍ଥ ଦିନ ହୋଇଥିବାବେଳେ ବନକଲାଗି ଏକ ଗୁପ୍ତନୀତି ହୋଇଥିବାରୁ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ରହିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼