ଦୂର ହେଲା ପାନୀୟଜଳ ସଙ୍କଟ

ଭୁବନ(ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ ଛାଟିଆସାହିରେ ଦେଖାଦେଇଥିଲା ପାନୀୟଜଳ ସଙ୍କଟ । ଛାଟିଆସାହିରେ ସୁବିଧା ଯୋଜନାରେ ସୋଲାର ପାନୀୟଜଳ ପ୍ରକଳ୍ପ ନିର୍ମାଣ କରାଯାଇଥିଲା । କିନ୍ତୁ ଦୁଇ ବର୍ଷ ହେବ ଅଚଳାବସ୍ଥାରେ ପଡିରହିଛି । ଗ୍ରାମବାସୀଙ୍କ ପକ୍ଷରୁ ପ୍ରଶାସନ ଓ ରାଜନେତାମାନଙ୍କୁ ଅଭିଯୋଗ କଲେ ମଧ୍ୟ ସୁଫଳ ମିଳୁ ନଥିଲା । ଗ୍ରାମବାସୀ ନିକଟସ୍ଥ କୁରେଇଜଳା ନାଳରୁ ଚୁଆ ମାଧ୍ୟମରେ ପାଣି ବ୍ୟବହାର କରି ଦିନ କାଟୁଥିଲେ । ଛାଟିଆସାହି ଗ୍ରାମବାସୀଙ୍କ ପାନୀୟଜଳ ସଙ୍କଟ ବଡ଼ ଖବରରେ ପ୍ରସାରିତ ହେବା ପରେ ପ୍ରଶାସନ ଚେଇଁ ଉଠିଥିଲା । ବଡ଼ ଖବର କ୍ୟାମେରା ସମ୍ମୁଖରେ ୧୫ ଦିନ ମଧ୍ୟରେ ଛାଟିଆସାହି ବାସିନ୍ଦାଙ୍କୁ ପାନୀୟ ଜଳ ଯୋଗାଇ ଦେବାର ପ୍ରତିଶୃତି ଦେଇ ପ୍ରତିଶୃତି ରକ୍ଷା କରିଛନ୍ତି ଭୁବନ ବ୍ଳକ ଅଧକ୍ଷ ଧର୍ମାନନ୍ଦ ବରାଳ । ବଡ଼ ଖବର ଟିଭି ଚ୍ୟାନେଲକୁ ଧନ୍ୟବାଦ ଦେବା ସହ ବ୍ଲକ ଅଧକ୍ଷ ଧର୍ମାନନ୍ଦ ବରାଳଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି ଛାଟିଆସାହି ବାସିନ୍ଦା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ