ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପ ଉଦଘାଟନ

ଭୁବନେଶ୍ୱର: ବିନ୍ଦୁ ସାଗରର ସଫେଇ ଓ ନବୀକରଣ ପାଇଁ ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଉଦଘାଟନ ହୋଇଛି । ଏହି ପରିପ୍ରେକ୍ଷୀରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରକଳ୍ପର ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ କାର୍ୟ୍ୟକ୍ରମରେ ଯୋଗ ଦେଇଛନ୍ତି । ଏହି ଉଦଘାଟନୀ ସଭାରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡା, ପଦ୍ମଶ୍ରୀ ରଘୁନାଥ ମହାପାତ୍ର ପ୍ରମୁଖ ବ୍ୟକ୍ତି ଯୋଗ ଦେଇଛନ୍ତି। ଇଣ୍ଡିଆନ ଅଏଲର ସିଏସଆର ପାଣ୍ଠିରୁ ୭୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ବିନ୍ଦୁ ସାଗରର ସଫେଇ କରାଯିବ ବୋଲି ଜଣାପଡ଼ିଛି ।

ଓଡ଼ିଶା ସେତୁ ନିର୍ମାଣ ନିଗମ ଲିମିଟେଡର ସହଯୋଗିତାରେ ଏହା କାର୍ଯ୍ୟକାରୀ ହେବ । ବିନ୍ଦୁସାଗର ଜଳକୁ ସ୍ୱଚ୍ଛ ଏବଂ ନିର୍ମଳ ରଖିବାପାଇଁ ହାଇଡ୍ରୋ ଡାଇନାମିକ କ୍ୟାବିଟେସନ ନାମକ ଅତ୍ୟାଧୁନିକ ଜ୍ଞାନ କୌଶଳର ବ୍ୟବହାର କରାଯିବ । ୩ ବର୍ଷ ପାଇଁ ଭୁବନେଶ୍ୱର ଆଇଟିସି-ଆଇସି ନିଷୋଧନ ଯନ୍ତ୍ରର ରକ୍ଷଣାବେକ୍ଷଣ ଦାୟିତ୍ୱ ବହନ କରିବ । ବିଶୋଧନ ପାଇଁ ରାଜ୍ୟ ସରକାର ମାଗଣାରେ ବିଦ୍ୟୁତ୍ ଯୋଗାଇ ଦେବେ । ଏବେ ନୂଆ ଯୋଜନାରେ ବୈଜ୍ଞାନିକ ପଦ୍ଧତିରେ ବିନ୍ଦୁସାଗର ପୋଖରୀର ଜଳରାଶିକୁ ବିଶୋଧନ କରାଯିବ । ପ୍ରାଚୀନ ପୋଖରୀକୁ ପୁନରୁଦ୍ଧାର କରି ପୂର୍ବ ଅବସ୍ଥାକୁ ଫେରାଇ ଅଣାଯିବାକୁ ଉଦ୍ୟମ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ