Masthead

ଶ୍ରୀକ୍ଷେତ୍ରେ ଗହଳି,ଶ୍ରୀମନ୍ଦିର ଖାଲି: କଟକଣା କୋହଳ ପାଇଁ ଭାବୁଛି ପ୍ରଶାସନ

ପୁରୀ (ବଡ଼ ଖବର ବ୍ୟୁରୋ): କୋହଳ ହୋଇପାରେ ଶ୍ରୀଜଗନ୍ନାଥ ଦର୍ଶନ କଟକଣା । ଏଥିନେଇ ଶ୍ରୀମନ୍ଦିର ପ୍ରଶାସନ ଏବଂ ଜିଲ୍ଲା ପ୍ରଶାସନ ମଧ୍ୟରେ ଚାଲିଛି ବିଚାର ବିମର୍ଶ । ଶ୍ରୀଜୀଉଙ୍କ ଦର୍ଶନ ପାଇଁ କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ କରାଯିବ ନା ପ୍ରତ୍ୟାହାର କରାଯିବ ସେନେଇ ଆଲୋଚନା ଚାଲିଥିବା ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି । ସୂଚନା ଅନୁସାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ ଏବଂ ଏସପିଙ୍କୁ ନେଇ ଖୁବଶୀଘ୍ର ବୈଠକ ବସିବ । ଦର୍ଶନ ବ୍ୟବସ୍ଥାବଳି ବା ଏସ୍ଓପି ସମ୍ପର୍କରେ ସମୀକ୍ଷା କରାଯିବ ।

କୋଭିଡ୍ ନେଗେଟିଭ୍ ରିପୋର୍ଟ ଦେଖାଇବା ବାଧ୍ୟତାମୂଳକ କରାଯାଇଥିବାରୁ ଅଧିକାଂଶ ଭକ୍ତ ଠାକୁରଙ୍କ ଦର୍ଶନରୁ ବଞ୍ଚିତ ହେଉଛନ୍ତି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପୁରୀରେ ପର୍ଯ୍ୟଟକଙ୍କ କୋଭିଡ୍ ପରୀକ୍ଷା ବ୍ୟବସ୍ଥା ଏପର୍ଯ୍ୟନ୍ତ କରାଯାଇନାହିଁ । ଅନ୍ୟପଟେ ଦିନକୁ ପ୍ରାୟ ୧୭ ହଜାର ଭକ୍ତଙ୍କ ପାଇଁ ଦର୍ଶନ ବ୍ୟବସ୍ଥା କରାଯାଇଥିବା ବେଳେ ୧୫ଶହରୁ ୨୫ଶହ ଲୋକ ଦର୍ଶନ ସୁଯୋଗ ପାଉଛନ୍ତି । ଭକ୍ତଙ୍କ ସଂଖ୍ୟା ହ୍ରାସ ଯୋଗୁଁ ମାର୍କେଟ୍ ଛକରୁ ନିର୍ମିତ ହୋଇଥିବା ବ୍ୟାରିକେଟ୍ ଘୁଞ୍ଚାଇ ଦିଆଯାଇଛି । ଭୁବନେଶ୍ୱରରେ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ ପାଇଁ କୋଭିଡ୍ ରିପୋର୍ଟ ବାଧ୍ୟତାମୂଳକ କରାଯାଇନଥିବା ବେଳେ ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ତାହାକୁ କଡାକଡି କରାଯାଇଛି । ଏଥିଯୋଗୁଁ ଶ୍ରୀଜଗନ୍ନାଥ ପ୍ରେମୀ ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ