Masthead

ଇନ୍ଦ୍ରାବତୀ ମେଗାଲିଫ୍ଟ ଜଳସେଚନ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ଜାନୁଆରୀ ୧୪ରେ କଳାହାଣ୍ଡି ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ । କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ମୁଖୀଗୁଡା ଇନ୍ଦ୍ରାବତୀ ମେଗାଲିଫ୍ ଜଳସେଚନର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ଏନେଇ ମଙ୍ଗଳପୁର ପମ୍ପ ହାଉସରେ ବ୍ୟାପକ ପ୍ରସ୍ତୁତି ଚାଲିଛି । ଶୁକ୍ରବାର କଳାହାଣ୍ଡି ଜିଲ୍ଲାପାଳ ଡଃ. ଗାଭାଳି ପରାଗ ହର୍ଷଦ ଓ ଏସପି ଡଃ. ଶ୍ରବଣା ବିବେକ ପ୍ରକଳ୍ପ ସ୍ଥଳରେ ପହଂଚି ପ୍ରାକ୍ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରିବା ସହ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିଛନ୍ତି ।

ଆଲୋଚନା ବେଳେ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ପଦ୍ମନାଭ ପଣ୍ଡା, ବିଡିଓ ଐଶ୍ୱର୍ଯ୍ୟା ସାମନ୍ତରାୟ, ତହସିଲଦାର ସୁଭଦ୍ରା ମୁଣ୍ଡିକା, ଥାନାଅଧିକାରୀ ରଶ୍ମିତା ପ୍ରଧାନ, ନିର୍ବାହୀ ଯନ୍ତ୍ରୀ ରାଜକୁମାର ବେହେରା, ପୂର୍ବ ବିଭାଗର ନିର୍ବାହୀ ଯନ୍ତ୍ରୀ ଅଜିତ ବାବୁଙ୍କ ସମେତ ପଦାଧିକାରୀମାନେ ଉପସ୍ଥିତ ଥିଲେ । ତେବେ ଏହି ପ୍ରକଳ୍ପଟି ଏଲଆଣ୍ଡଟି ଦ୍ୱାରା ୭୫୬ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଛି । ଏହି ପ୍ରକଳ୍ପ ଦ୍ୱାରା ୨୫ ହଜାର ୨୭୫ ହେକ୍ଟର ଜମିରେ ପାଣି ଚଢାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା