Masthead

ଜାଣନ୍ତୁ ନବୀନଙ୍କ ସମ୍ପତ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସମ୍ପତ୍ତି ତାଲିକା ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୨୦ ମାର୍ଚ୍ଚ ୩୧ ସୁଦ୍ଧା ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ତାଲିକା ପ୍ରକାଶ କରିଛନ୍ତି । ସମ୍ପତ୍ତିର ଆନୁମାନିକ ମୂଲ୍ୟ ୪୩.୩୬ କୋଟି ଟଙ୍କା ରହିଛି । ଏହି ତାଲିକା ସିଏମ୍ଓ ୱେବସାଇଟରେ ପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ତାଲିକା ଏଥିରେ ରହିଛି । ତଥ୍ୟ ଅନୁସାରେ, ନବୀନ ନିବାସ ଘର ଆନୁମାନିକ ମୂଲ୍ୟ ୯.୫୨ କୋଟି ରହିଛି । ଦିଲ୍ଲୀରେ ନବୀନ ପଟ୍ଟନାୟକଙ୍କ ୩ ଟି ବ୍ୟାଙ୍କ ଆକାଉଂଟ ରହିଛି ।

ଦିଲ୍ଲୀର ଜନପଥ ବ୍ୟାଙ୍କ ଅଫ୍ ଇଣ୍ଡିଆ ଆକାଉଂଟରେ ଅଛି ୧୬ ଲକ୍ଷ ୭୬ ହଜାର ୧୮ ଟଙ୍କା ୬୩ ପଇସା  । ଏହି ବ୍ୟାଙ୍କର ଟର୍ମ ଡିପୋଜିଟ୍ ଅଛି ଏକ କୋଟି ୩ ଲକ୍ଷ ୧୩ ହଜାର ୪୯୯ । ଏହାସହ ଦିଲ୍ଲୀର ପାର୍ଲାମେଂଟ ହାଉସ ଏସବିଆଇ ଶାଖାରେ ଅଛି ଏକ ହଜାର ୮ ଶହ ୧୮ ଟଙ୍କା । ଅନ୍ୟପଟେ ଭୁବନେଶ୍ୱର ଏସବିଆଇ ଶାଖାରେ ଜମା ଅଛି ୧୦ ଲକ୍ଷ ୫୬ ହଜାର ୮ଶହ ୮୮ ଟଙ୍କା । ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳି ଷ୍ଟେଟବ୍ୟାଙ୍କ ଶାଖାରେ ଅଛି ୬ ହଜାର ୭୪୬ ଟଙ୍କା । ନିର୍ବାଚନ ଉଦ୍ଦେଶ୍ୟରେ ଏହାକୁ ୨୦୧୪ ମସିହାରେ ଖୋଲାଯାଇଥିଲା ।

ଏହି ଶାଖାରେ ହିଁ ଅନ୍ୟ ଏକ ଆକାଉଂଟରେ ୧୩ ହଜାର ୧୧୮ ଟଙ୍କା ଅଛି । ଏହା ୨୦୧୯ ନିର୍ବାଚନ ପାଇଁ ଖୋଲାଯାଇଥିଲା । ସେହିଭଳି ବରଗଡ ଏସବିଆଇ ଶାଖାରେ ୩୭ ହଜାର ଟଙ୍କା ଅଛି । ମୁଖ୍ୟମନ୍ତ୍ରୀଙ୍କ ପ୍ରାୟ ୨ ଲକ୍ଷ ୮୯ ହଜାର ୫୮୭ ଟଙ୍କାର ସୁନାଗହଣା ରହିଛି । ତାଙ୍କ ପାଖରେ ଥିବା ୧୯୮୦ ମସିହାର ଆମ୍ବାସଡର କାରର ମୂଲ୍ୟ ପ୍ରାୟ ୮ ହଜାର ୯ ଶହ ୫ ଟଙ୍କା । ସେହିଭଳି ଦିଲ୍ଲୀ ଫରିଦାବାଦରେ ଥିବା ଜମି ବିକ୍ରି ଲାଗି ନବୀନ ଅଗ୍ରୀମ ଆଣିଛନ୍ତି ୧ କୋଟି ୨୫ ଲକ୍ଷ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ! 🔴 ମୌସୁମୀ ଅଧିବେଶନର ଆଜି ଚତୁର୍ଥ ଦିନ, ସରଗରମ ରହିପାରେ ଗୃହ 🔴 ମୋଦି ସରକାରଙ୍କ ପୂଜା ଭେଟି, ଲାଗୁ ହେଲା ନୂଆ ଜିଏସଟି ସ୍ଲାବ୍ 🔴 ଶୋଇଥିବା ବେଳେ ସ୍ୱାମୀଙ୍କୁ ହାଣି ହତ୍ୟା 🔴 ବାଣ ଗୋଦାମରେ ବିସ୍ଫୋରଣ, ଭୁଶୁଡ଼ିଲା କୋଠା ଘର 🔴 ରାତି ସାରା ୟୁକ୍ରେନ ଉପରେ କ୍ଷେପଣାସ୍ତ୍ର ମାଡ଼ 🔴 ‘ଏବେ ହେବନି ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ’ 🔴 ଆସୁଛି ଦୁଇଟି ଲଘୁଚାପ, ବର୍ଷାରେ ଭିଜିପାରେ ଦଶହରା 🔴 ବାତିଲ୍ ହୋଇପାରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ 🔴 ତୃତୀୟ କିସ୍ତି ସୁଭଦ୍ରା ଟଙ୍କାରୁ ବାଦ ପଡ଼ିଲେ ୩ ଲକ୍ଷ ୯୯ ହଜାର ୩୫୨ ଜଣ 🔴 ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ! 🔴 ମୌସୁମୀ ଅଧିବେଶନର ଆଜି ଚତୁର୍ଥ ଦିନ, ସରଗରମ ରହିପାରେ ଗୃହ 🔴 ମୋଦି ସରକାରଙ୍କ ପୂଜା ଭେଟି, ଲାଗୁ ହେଲା ନୂଆ ଜିଏସଟି ସ୍ଲାବ୍ 🔴 ଶୋଇଥିବା ବେଳେ ସ୍ୱାମୀଙ୍କୁ ହାଣି ହତ୍ୟା 🔴 ବାଣ ଗୋଦାମରେ ବିସ୍ଫୋରଣ, ଭୁଶୁଡ଼ିଲା କୋଠା ଘର 🔴 ରାତି ସାରା ୟୁକ୍ରେନ ଉପରେ କ୍ଷେପଣାସ୍ତ୍ର ମାଡ଼ 🔴 ‘ଏବେ ହେବନି ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ’ 🔴 ଆସୁଛି ଦୁଇଟି ଲଘୁଚାପ, ବର୍ଷାରେ ଭିଜିପାରେ ଦଶହରା 🔴 ବାତିଲ୍ ହୋଇପାରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ 🔴 ତୃତୀୟ କିସ୍ତି ସୁଭଦ୍ରା ଟଙ୍କାରୁ ବାଦ ପଡ଼ିଲେ ୩ ଲକ୍ଷ ୯୯ ହଜାର ୩୫୨ ଜଣ