Masthead

ସମୁଦ୍ରକୂଳରେ ସମରାଭ୍ୟାସ

ପାରାଦୀପ (ବଡ଼ ଖବର ବ୍ୟୁରୋ): ପାରାଦୀପ ଉପକୂଳରେ ଆଜି ଠାରୁ ଆରମ୍ଭ ହୋଇଛି ଦୁଇଦିନିଆ ମିଳିତ ସମରାଭ୍ୟାସ ‘ସି ଭିଜିଲ’ । ଏଥିରେ ଭାରତୀୟ ନୌସେନା, କୋଷ୍ଟଗାର୍ଡ ସମେତ ୧୮ଟି ସାମୁଦ୍ରିକ ଥାନାର କର୍ମଚାରୀ ସାମିଲ ହୋଇଛନ୍ତି । ପ୍ରଥମ ଥର ପାଇଁ ଏହା ଆୟୋଜିତ କରାଯାଇଛି । ଇଂଟନ ନାଭାଲ କମାଣ୍ଡ ବିଶାଖାପାଟନମ୍ ଓ ନାଭାଲ ଅଫିସର ଇନଚାର୍ଜ ପକ୍ଷରୁ ମିଳିତ ଭାବେ ଆୟୋଜିତ ହୋଇଛି । ଗତ ନଭେମ୍ବର ୫ ଓ ୬ରେ ଦୁଇ ଦିନ ଧରି ସାଗର କବଚ ଅନୁଷ୍ଠିତ ହୋଇଥିଲା ।

ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ପରଠାରୁ ସମୁଦ୍ର ଉପକୂଳରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ସବୁ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରିବା ପାଇଁ ଏହି ସମରାଭ୍ୟାସ କରାଯାଉଛି । ଏହି ସମରାଭ୍ୟାସରେ ଭାରତୀୟ ତଟରକ୍ଷୀ ବାହିନୀ, ନୌସେନା, ପାରାଦୀପ ବନ୍ଦର, ସିଆଇଏସଫ, ଓଡିଶା ପୋଲିସ, ମେରାଇନ ପୋଲିସ, ଇଂଟେଲିଜେନ୍ସ ଅଗ୍ନିଶମ, ବନ ବିଭାଗ ଭଳି ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ୧୬ଟି ବିଭାଗ ଏଥିରେ ସାମିଲ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା?