ଦଶମ ବୋର୍ଡ ପରୀକ୍ଷା ଫି’ ଛାଡ଼

ଅର୍ଥାଭାବରୁ କୌଣସି ପିଲା ପରୀକ୍ଷା ଦେବାରୁ ବଞ୍ଚିତ ହେବେ ନାହିଁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦଶମ ବୋର୍ଡ ପରୀକ୍ଷା ଫି’ ଛାଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ଦ୍ୱାରା ରାଜ୍ୟରେ ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ। ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କା ବ୍ୟୟଭାର ବହନ କରିବାର ସୂଚନା ରହିଛି । ପ୍ରତି ପିଲାଙ୍କୁ ମାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ ଟଙ୍କା ଲେଖାଏଁ ଫିସ୍‌ ଦେବାକୁ ପଡିଥାନ୍ତା । କରୋନା ଯୋଗୁ ବହୁ ଲୋକଙ୍କର ଜୀବନଜୀବିକା ପ୍ରଭାବିତ ହୋଇଥିବାବେଳେ ମୁଖ୍ୟମନ୍ତ୍ରୀଙ୍କର ଏହି ନିଷ୍ପତ୍ତି ଫଳରେ ଅର୍ଥାଭାବରୁ କୌଣସି ପିଲା ପରୀକ୍ଷା ଦେବାରୁ ବଞ୍ଚିତ ହେବେ ନାହିଁ ।

୨୦୨୦-୨୧ ଶିକ୍ଷା ବର୍ଷ କରୋନା ପାଇଁ ବିଶେଷ ଭାବରେ ପ୍ରଭାବିତ ହୋଇଛି । ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି ସ୍କୁଲ ଖୋଲିବାକୁ ଅନୁମତି ମିଳିଛି । ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା ପିଲା ମାନଙ୍କର ପାଠ୍ୟକ୍ରମ ସମ୍ବଦ୍ଧୀୟ ସନ୍ଦେହ ଦୂର କରିବା ପାଇଁ ଫିଜିକାଲ କ୍ଲାସ କରାଯାଉଛି। ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ