Masthead

ଜାଳିଦେଲେ ପୋଲିସ ଜିପ୍

ତିହିଡି (ବଡ଼ ଖବର ବ୍ୟୁରୋ): ଭଦ୍ରକ ତିହିଡିରେ ଯୁବକଙ୍କ ମୃତ୍ୟୁ ଘଟଣାକୁ ନେଇ ପୋଲିସ ଭ୍ୟାନ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ । ଖବର ଅନୁଯାୟୀ ତହିଡି ଥାନା ହାଟୁଆଡି ଗାଁର ଜଣେ ଭିନ୍ନକ୍ଷମ ଯୁବକଙ୍କୁ କୋଇଲା ଚୋରି ଅଭିଯୋଗରେ ତହିଡି ଥାନା ପୋଲିସ ପଚରାଉଚରା କରିବା ସହ ମାଡ ମାରିଥିବା ଅଭିଯୋଗ ହୋଇଥିଲା । ମାଡ ଖାଇବା ପରେ ଯୁବକ ଜଣକ ପୋଖରୀକୁ ଡେଇଁ ପଡିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । ଆଜି ସକାଳୁ ଯୁବକଙ୍କ ମୃତଦେହ ପୋଖରୀରୁ ଉଦ୍ଧାର କରି ଭଦ୍ରକ-ଚାନ୍ଦବାଲି ରାସ୍ତା ଅବରୋଧ କରିଥିଲେ ଉତ୍ତ୍ୟକ୍ତ ଲୋକେ ।

ତେବେ ଘଟଣାସ୍ଥଳରେ ପୋଲିସ ପହଁଚିବା ପରେ ଲୋକେ ରାଗରେ ପୋଲିସ ଭ୍ୟାନ ପୋଡିଦେଇଥିବା ଜଣା ପଡିଛି । ଘଟଣାସ୍ଥଳରେ ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଥିବା ଭଦ୍ରକ ଏସପି ଚରଣ ସିଂ ମିନା ବଡ଼ ଖବରକୁ ପ୍ରତିକ୍ରିୟା ଦେଇ କହିଛନ୍ତି । ତେବେ ଉତ୍ତ୍ୟକ୍ତ ଲୋକେ ନିଆଁ ଜାଳି ରାସ୍ତା ଅବରୋଧ କରିଥିବାରୁ ସେମାନଙ୍କୁ ଘଉଡାଇବା ପାଇଁ ପୋଲିସ ଲାଠି ଚାଳନା କରିଥିବା କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ