Masthead

ଉପନ୍ୟାସର ସୃଷ୍ଟିକର୍ତ୍ତାଙ୍କୁ ଅଜସ୍ର ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ହେଉଛି ଓଡିଆ ଭାଷା ସାହିତ୍ୟର କର୍ଣ୍ଣଧାର ଫକୀର ମୋହନ ସେନାପତିଙ୍କ ଜୟନ୍ତୀ । ୧୮୪୩ ମସିହାରେ ବାଲେଶ୍ୱର ଜିଲ୍ଲାର ମଲ୍ଲିକାଶପୁର ଗାଁରେ ଜନ୍ମଗ୍ରହଣ କରିଥିଲେ ଫକୀର ମୋହନ ସେନାପତି । ତାଙ୍କ ବାପାଙ୍କ ନାମ ଲକ୍ଷ୍ମଣ ଚରଣ ସେନାପତି ଓ ମାତା ତୁଳସୀ ଦେବୀ ସେନାପତି । ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ‘ରେବତୀ’ର ସେ ଥିଲେ ଲେଖକ । ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ସେ ଲଢେଇ କରିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।

ସାହିତ୍ୟର ବିଭିନ୍ନ ବିଭାଗ ଯଥା ଅନୁବାଦ ସାହିତ୍ୟ, କାବ୍ୟ-କବିତା ର ସାହିତ୍ୟ ସୃଜନ କରିଥିଲେ । ସେ ଓଡ଼ିଆ ଉପନ୍ୟାସ ସାହିତ୍ୟର ସୃଷ୍ଟିକର୍ତ୍ତା ରୂପେ ପରିଚିତ । ୧୮୯୭ରୁ ୧୯୧୫ ମଧ୍ୟରେ ରଚିତ ତାଙ୍କର ଚାରୋଟି ଉପନ୍ୟାସ – ଛ’ ମାଣ ଆଠ ଗୁଣ୍ଠ’, ’ମାମୁ’, ’ପ୍ରାୟଶ୍ଚିତ’ ଓ ’ଲଛମା’ । ଏହି ବରପୁତ୍ରଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ । ‘ରେବତୀ’, ”ଛ’ ମାଣ ଆଠ ଗୁଣ୍ଠ’, ‘ଡାକ ମୁନସୀ’ ଭଳି କାଳଜୟୀ ରଚନା ସହ ଓଡ଼ିଆ ଭାଷା ଓ ସାହିତ୍ୟର ସୁରକ୍ଷା ଦିଗରେ ତାଙ୍କ ଅବଦାନ ସଦା ସର୍ବଦା ସ୍ମରଣୀୟ ହୋଇ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ