Masthead

ମକରରେ ଗଣ ଦୁଷ୍କର୍ମ

ମୟୂରଭଞ୍ଜ(ବଡ଼ ଖବର ବ୍ୟୁରୋ): ମକରରେ ଗଣ ଦୁଷ୍କର୍ମ । ଗଣପର୍ବ ମକର ପାଇଁ ମୟୂରଭଞ୍ଜ ଚଳଚଞ୍ଚଳ ହୋଇ ଉଠିଥିବାବେଳେ ଆଜି ସକାଳୁ ମକର ବୁଡ ପକାଇବାକୁ ଯାଇ ଗଣଦୁଷ୍କର୍ମର ଶିକାର ହୋଇଛନ୍ତି ଯୁବତୀ । ଏଭଳି ଅଘଟଣ ଘଟିଛି ମୟୂରଭଞ୍ଜ ଜିଲ୍ଲାରେ ।

ସୂଚନାଯୋଗ୍ୟ, ମୟୂରଭଞ୍ଜର ଜଣେ ଯୁବତୀ ଆଜି ନିକଟସ୍ଥ ନଦୀକୁ ମକର ବୁଡ ପକାଇବାକୁ ଯାଇଥିବା ବେଳେ ସେହି ଗାଁର ଦୁଇଜଣ ଯୁବକ ତାଙ୍କୁ ପିଛା କରି ନଦୀପଠାକୁ ମଧ୍ୟ ଯାଇଥିଲେ । ଯୁବତୀକୁ ଏକୁଟିଆପାଇ ଉଭୟ ଦୁଷ୍କର୍ମ କରିଥିଲେ । ଘରକୁ ଫେରି ଯୁବତୀଜଣକ ଏବାବଦରେ ପରିବାର ଲୋକଙ୍କୁ କହିବା ପରେ ପରିବାର ଲୋକେ ଏନେଇ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗମୂଳେ ପୁଲିସ୍‌ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ