Masthead

ପ୍ଲାଷ୍ଟିକ ସାମଗ୍ରୀର ବ୍ୟବହାର କରୁଛନ୍ତିକି ହେଇଯାନ୍ତୁ ସତର୍କ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସମୟ ବଦଳିବା ସହିତ ଆମର ଜୀବନ ଶୈଳୀ ମଧ୍ୟ ବଦଳୁଛି । ଦିନକୁ ଦିନ ପ୍ଲାଷ୍ଟିକର ବହୁଳ ବ୍ୟବହାର ହେଉଛି । ଅଫିସ ଠୁ କିଚେନ ପର୍ଯ୍ୟନ୍ତ ସବୁଠି ପ୍ଲାଷ୍ଟିକର ରାଜ । ପ୍ଲାଷ୍ଟିକ ବୋତଲ ହେଉକି ପ୍ଲାଷ୍ଟିକ ଟିଫନ ବକ୍ସ ମଣିଷ ସହ ସ୍ୱତପ୍ରବୃତ ଭାବେ ଜଡିତ ହୋଇ ରହିଛି । ହେଲେ ଏହା ସ୍ୱାସ୍ଥ୍ୟ ପକ୍ଷେ କେତେ କ୍ଷତିକାରକ ତାହା ଅଧିକାଂଶ ଲୋକ ଏବେବି ଅଜ୍ଞ ।

ପ୍ଲାଷ୍ଟିକ ବୋତଲର ବ୍ୟବହାର ହେଉକି ପ୍ଲାଷ୍ଟିକ ଟିଫନ ବକ୍ସର ବ୍ୟବହାର ହେଉ,ଏସବୁ ବ୍ୟବହାର କରିବାଦ୍ୱାରା ଶରୀରକୁ ଯାଉଥିବା ହାନିକାରକ ରାସାୟନିକ ପଦାର୍ଥ ରୋଗ ପ୍ରତିରୋଧକ ଶକ୍ତି ହ୍ରାସ କରିଥାଏ। ଫଳରେ ଏହା ଏକାଧିକ ରୋଗର କାରଣ ହୋଇଥାଏ। ବିଶେଷକରି ଏଥିରେ ଥିବା ଥାଲେଟ୍ସ ନାମକ କେମିକାଲ ଲିଭର କ୍ୟାନ୍ସରର କାରଣ ହୋଇଥାଏ । ପ୍ଲାଷ୍ଟିକ୍‌ ସାମଗ୍ରୀରେ ଅଧିକ ସମୟ ଜିନିଷ ରଖିଲେ ସେଥିରୁ ଫ୍ଲୋରାଇଡ୍‌, ଆର୍ସେନିକ୍‌ ଏବଂ ଆଲୁମିନିୟମ ଭଳି ଅନେକ ହାନିକାରକ ଉପାଦାନ ନିର୍ଗତ ହୋଇଥାଏ, ଯାହା କି ମଣିଷ ଶରୀର ପାଇଁ ସମ୍ପୂର୍ଣ୍ଣ ବିଷାକ୍ତ। ତେଣୁ ଏହି ପ୍ଲାଷ୍ଟିକର ବ୍ୟବହାର ଦ୍ୱାରା ଅନେକ ସ୍ୱାସ୍ଥ୍ୟ ସମସ୍ୟା ଉପୁଜିବା ସହ ମୃତ୍ୟୁର ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ।

କେବଳ ଏତିକି ନୁହେଁ, ପ୍ଲାଷ୍ଟିକ୍‌ ବୋତଲରେ ପାଣି ରଖି ପିଇବା ଦ୍ୱାରା ଶରୀରକୁ ବାଇଫେନିଲ୍‌-ଏ ନାମକ ଏକ ମାରାତ୍ମକ ଏଷ୍ଟ୍ରୋଜେନ୍‌ ମିମିକିଙ୍ଗ୍‌ କେମିକାଲ୍‌ ଯାଇଥାଏ। ଏହା ମେଦବହୁଳତା, ଡାଇବେଟିସ୍‌, ପ୍ରଜନନ ସମସ୍ୟା ଭଳି ଅନେକ ରୋଗର କାରଣ ସାଜିଥାଏ। ତେଣୁ ଯଦି ପ୍ଲାଷ୍ଟିକର ବହୁଳ ବ୍ୟବହାର କରୁଛନ୍ତି ତାହେଲେ ଯଥା ସମ୍ଭବ ଏଥିରୁ ଦୂରେଇ ରୁହନ୍ତୁ ନଚେତ ଅଦିନରେ ଆପଣବି ମୃତ୍ୟୁ ମୁଖରେ ପଡିପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼