Masthead

କରୋନା ଟିକା: ଆଜିଠୁ ପଡ଼ୋଶୀ ଦେଶକୁ ରପ୍ତାନି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ବାହାରକୁ ଯିବ କରୋନା ଟିକା । ଆଜିଠାରୁ ପଡ଼ୋଶୀ ଦେଶକୁ କରୋନା ଟିକା ଯୋଗାଇବ ଭାରତ । ଭାରତରେ କରୋନା ଟିକାର ସଫଳ ବଂଟନ ପରେ ଆଜିଠାରୁ ୬ଟି ଦେଶକୁ କରୋନା ଟିକା ରପ୍ତାନୀ କରାଯିବ । ବାଂଲାଦେଶ, ମାଳଦ୍ୱୀପ, ଭୁଟାନ, ନେପାଳ, ମିଆଁମାର ଆଦି ଦେଶକୁ କରୋନା ଟିକା ରପ୍ତାନୀ କରିବ ଭାରତ । ପୂର୍ବରୁ ଏହି ଦେଶ ଗୁଡ଼ିକ ଭାରତକୁ ଟିକା ଯୋଗାଇ ଦେବା ପାଇଁ ଅନୁରୋଧ କରିଥିଲେ ।

ନିଜର ପଡ଼ୋଶୀ ରାଷ୍ଟ୍ରମାନଙ୍କ ଅନୁରୋଧ ରକ୍ଷା କରି ଆଜି ୬ଟି ଦେଶକୁ ଟିକା ରପ୍ତାନୀ କରିବ ଭାରତ । ଏନେଇ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପଟେ ଟିକା ପାଇଁ ଶ୍ରୀଲଙ୍କା, ଆଫଗାନିସ୍ତାନ ଓ ମୋରିସସ ମଧ୍ୟ ଭାରତକୁ ଅନୁରୋଧ କରିଛନ୍ତି । କିନ୍ତୁ ସେଠାରେ ଭାରତୀୟ ଟିକାର ଜରୁରୀକାଳିନ ବ୍ୟବହାର ପାଇଁ ଅନୁମୋଦନ ମିଳିଲେ, ସେହି ଦେଶକୁ ମଧ୍ୟ ଟିକା ଯୋଗାଣ କରାଯିବ । ପଡ଼ୋଶୀ ରାଷ୍ଟ୍ର ଗୁଡ଼ିକର ସ୍ୱାସ୍ଥ୍ୟ ଆବଶ୍ୟକତା ପୂରଣ କରିପାରୁଥିବାରୁ ଭାରତ ନିଜକୁ ଧନ୍ୟମନେ କରୁଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା