ଟ୍ରାକ୍ଟର ରାଲିକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀରେ ଗଡ଼ିବ କି ଟ୍ରାକ୍ଟର ରାଲି?ଆଜି ସୁପ୍ରିମକୋର୍ଟରେ ହେବ ଶୁଣାଣି । ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀରେ ଟ୍ରାକ୍ଟର ରାଲି କରିବା ନେଇ ନିଜ ଜିଦରେ ଅଟଳ ଚାଷୀ । ଏନେଇ ଆଜି ସୁପ୍ରିମକୋର୍ଟରେ ହେବ ଶୁଣାଣି । ନୂତନ କୃଷି ଆଇନ ବିରୋଧରେ ଜାରି ରହିଥିବା କୃଷକ ଆନ୍ଦୋଳନ ଜାରି ରହିଥିବା ବେଳେ ଆଜି ଆନ୍ଦୋଳନରତ କୃଷକମାନଙ୍କୁ ଭେଟିବ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ ଟିମ । ମଙ୍ଗଳବାର ଦିଲ୍ଲୀରେ ବସିଥିବା କମିଟିର ପ୍ରଥମ ବୈଠକରେ ଏହି ନିଷ୍ପତି ହୋଇଛି । ଏଠାରେ ପ୍ରଶ୍ନ ଉଠୁଛି କୃଷକ ନେତାମାନେ କମିଟିକୁ ଭେଟିବେ କି ନାହିଁ ।

କାରଣ କମିଟି ଆଗରେ ହାଜର ହେବେ ନାହିଁ ବୋଲି ପୂର୍ବରୁ ଚାଷୀନେତାମାନେ କହିସାରିଛନ୍ତି । ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀରେ ଟ୍ରାକ୍ଟର ରାଲି କରିବା ଜିଦରେ ଅଟଳ ଆନ୍ଦୋଳନକାରୀ ଚାଷୀ । ପୂର୍ବରୁ ସୁପ୍ରିମକୋର୍ଟ କହିସାରିଛନ୍ତି ଯେ, ଚାଷୀଙ୍କ ଟ୍ରାକ୍ଟର ରାଲି ପ୍ରସଙ୍ଗରେ ଦିଲ୍ଲୀ ପୋଲିସର ଭୁମିକା ଗୁରୁତ୍ୱପୂର୍ଣ୍ଣ । ସାଧାରଣତନ୍ତ୍ର ଦିବସରେ ରାଲି ହେବକି ନାହିଁ ତାହା ଦିଲ୍ଲୀ ପୋଲିସର ନିଷ୍ପତି ଉପରେ ନିର୍ଭର କରିବ ବୋଲି କହିଛନ୍ତି ନ୍ୟାୟାଳୟ । ତେବେ ଆଜି ବୈଠକରେ କ’ଣ ନିଷ୍ପତି ହେଉଛି ତାହା ଉପରେ ସମସ୍ତଙ୍କର ନଜର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ