Masthead

ଟ୍ରାକ୍ଟର ରାଲିକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀରେ ଗଡ଼ିବ କି ଟ୍ରାକ୍ଟର ରାଲି?ଆଜି ସୁପ୍ରିମକୋର୍ଟରେ ହେବ ଶୁଣାଣି । ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀରେ ଟ୍ରାକ୍ଟର ରାଲି କରିବା ନେଇ ନିଜ ଜିଦରେ ଅଟଳ ଚାଷୀ । ଏନେଇ ଆଜି ସୁପ୍ରିମକୋର୍ଟରେ ହେବ ଶୁଣାଣି । ନୂତନ କୃଷି ଆଇନ ବିରୋଧରେ ଜାରି ରହିଥିବା କୃଷକ ଆନ୍ଦୋଳନ ଜାରି ରହିଥିବା ବେଳେ ଆଜି ଆନ୍ଦୋଳନରତ କୃଷକମାନଙ୍କୁ ଭେଟିବ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ ଟିମ । ମଙ୍ଗଳବାର ଦିଲ୍ଲୀରେ ବସିଥିବା କମିଟିର ପ୍ରଥମ ବୈଠକରେ ଏହି ନିଷ୍ପତି ହୋଇଛି । ଏଠାରେ ପ୍ରଶ୍ନ ଉଠୁଛି କୃଷକ ନେତାମାନେ କମିଟିକୁ ଭେଟିବେ କି ନାହିଁ ।

କାରଣ କମିଟି ଆଗରେ ହାଜର ହେବେ ନାହିଁ ବୋଲି ପୂର୍ବରୁ ଚାଷୀନେତାମାନେ କହିସାରିଛନ୍ତି । ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀରେ ଟ୍ରାକ୍ଟର ରାଲି କରିବା ଜିଦରେ ଅଟଳ ଆନ୍ଦୋଳନକାରୀ ଚାଷୀ । ପୂର୍ବରୁ ସୁପ୍ରିମକୋର୍ଟ କହିସାରିଛନ୍ତି ଯେ, ଚାଷୀଙ୍କ ଟ୍ରାକ୍ଟର ରାଲି ପ୍ରସଙ୍ଗରେ ଦିଲ୍ଲୀ ପୋଲିସର ଭୁମିକା ଗୁରୁତ୍ୱପୂର୍ଣ୍ଣ । ସାଧାରଣତନ୍ତ୍ର ଦିବସରେ ରାଲି ହେବକି ନାହିଁ ତାହା ଦିଲ୍ଲୀ ପୋଲିସର ନିଷ୍ପତି ଉପରେ ନିର୍ଭର କରିବ ବୋଲି କହିଛନ୍ତି ନ୍ୟାୟାଳୟ । ତେବେ ଆଜି ବୈଠକରେ କ’ଣ ନିଷ୍ପତି ହେଉଛି ତାହା ଉପରେ ସମସ୍ତଙ୍କର ନଜର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ