Masthead

ଟିକା ନେବେ ମୋଦୀ

ନୂଆଦିଲ୍ଲୀ (ବଡ଼ ଖବର): କରୋନା ଟିକାକରଣକୁ ନେଇ ବଡ଼ ଖବର । ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକା ନେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଦେଶର ଅନ୍ୟ ବଡ଼ ଚେହେରା ଗୃହମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ ଓ ମନ୍ତ୍ରିମଣ୍ଡଳର ସଦସ୍ୟ ମଧ୍ୟ ଟିକା ନେବେ । ମୁଖ୍ୟମନ୍ତ୍ରୀଙ୍କ ବୈଠକ ପରେ ଏଭଳି ସଙ୍କେତ ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଟିକାରଣକୁ ନେଇ ଗୁରୁବାର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ମୋଦୀ । ଦ୍ୱିତୀୟ ପର୍ଯ୍ୟାୟରେ ୫୦ରୁ ଉଦ୍ଧ୍ୱର୍ ବୟସର ଲୋକଙ୍କୁ ଟିକା ଦିଆଯିବ । ତାଙ୍କ ସହିତ ସବୁ ରାଜ୍ୟରେ ବିଧାୟକ ଓ ସାଂସଦମାନେ ମଧ୍ୟ ଟିକା ନେବେ ବୋଲି ସୂଚନା ମିଳିଛି । ତେବେ କେବେ ଏହି ଟିକାକରଣ ହେବ ତାହା ବର୍ତ୍ତମାନ ସ୍ପଷ୍ଟ ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା