Masthead

ଅନ୍ତର୍ଜାତୀୟ ମାନର ହେବ କୋଣାର୍କ ଭିତ୍ତିଭୂମି

କୋଣାର୍କ (ବଡ଼ ଖବର ବ୍ୟୁରୋ) : କଳିଙ୍ଗ ସ୍ଥାପତ୍ୟ କଳାର ଅପୂର୍ବ ନିଦର୍ଶନ ହେଉଛି କୋଣାର୍କ ମନ୍ଦିର । କୋଣାର୍କକୁ ପ୍ରତିଦିନ ବିଶ୍ୱର ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକମାନେ ଆସିଥାନ୍ତି । ତେଣୁ କୋଣାର୍କ ଐତିହ୍ୟ ଅଞ୍ଚଳର ବିକାଶ ପାଇଁ ସରକାର ଚିଠା ଯୋଜନା ପ୍ରସ୍ତୁତ କରିଛନ୍ତି । ଭିତ୍ତିଭୂମିକୁ ଅନ୍ତର୍ଜାତୀୟ ମାନର କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି । ମନ୍ଦିରର ସୁରକ୍ଷା ସହିତ ଏହାର ସଂରକ୍ଷଣ ତଥା ଅଧିକରୁ ଅଧିକ ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ପାଇଁ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ଐତିହ୍ୟ ପ୍ରକଳ୍ପ କାର୍ଯ୍ୟକାରୀ ହେବ । ଚିଠା ଯୋଜନା ନେଇ ୨୧ ଦିନ ମଧ୍ୟରେ ଜନସାଧାରଣ ନିଜର ମତାମତ ଦେଇପାରିବେ।

ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ହେଲା, କୋଣାର୍କ ସୂର୍ୟ୍ୟ ମନ୍ଦିରର ଗରିମାର ସୁରକ୍ଷା, ପର୍ଯ୍ୟଟକ ମାନଙ୍କ ପାଇଁ ଅନନ୍ୟ ଅନୁଭୂତି, ସ୍ଥାନୀୟ ବ୍ୟବସାୟୀ ମାନଙ୍କ ଆର୍ଥିକ ଉନ୍ନତି ତଥା କୋଣାର୍କ ସହିତ ପୁରୀ ଜିଲ୍ଲା ଓ ସମଗ୍ର ରାଜ୍ୟର ପର୍ଯ୍ୟଟନ ଅର୍ଥନୀତିର ବିକାଶ। କୋଣାର୍କ ମନ୍ଦିରର ପାରିପାର୍ଶିକ ଅଞ୍ଚଳର ଭିତ୍ତିଭୂମି ବିକାଶକୁ ଏହି ପ୍ରାଚୀନ ଐତିହ୍ୟ ସହ ସମନ୍ୱିତ କରିବା ଉପରେ ଏଥିରେ ଗୁରୁତ୍ୱ ଦିଆଯାଇଛି ।
ପ୍ରବେଶ ସ୍ଥଳରେ ପର୍ଯ୍ୟଟକଙ୍କୁ ସ୍ୱାଗତ ପାଇଁ ଏଣ୍ଟ୍ରିପ୍ଳାଜା ନିର୍ମାଣ ହେବ। ଗାଡି, ମଟର ପାର୍କିଂ ପାଇଁ ମଲ୍ଟି ହବ୍ ନିର୍ମାଣର ଲକ୍ଷ୍ୟ ରଖାଯାଇଛି। କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚର ପୁନଃବିନ୍ୟାସ କରାଯିବ। ସୌନ୍ଦର୍ଯ୍ୟକରଣ ସହ ପଥଚାରୀଙ୍କ ପାଇଁ ସ୍ୱତନ୍ତ୍ର ରାସ୍ତା ନିର୍ମାଣ ହେବ। ସାଢ଼େ ତିନି କିଲୋମିଟର ବାହ୍ୟ ରିଂଗରୋଡକୁ ଛଅ ଥାକିଆ ନିର୍ମାଣ କରାଯିବା ସହିତ ମନ୍ଦିରକୁ ଯାଇଥିବା ସବୁ ରାସ୍ତାର ବିକାଶ କରାଯିବା ଯାତ୍ରୀଙ୍କୁ ନେବାଆଣିବା ପାଇଁ ଭୁବନେଶ୍ୱରରୁ କୋଣାର୍କ ପର୍ୟ୍ୟନ୍ତ ପଏଣ୍ଟର ବିକାଶ କରାଯିବ। ଫେରିବାଲାମାନଙ୍କୁ ପୁନଃ ଥଇଥାନ କରାଯିବ। ମନ୍ଦିର ସମ୍ମୁଖରେ ଥିବା ୩୦ ଏକର ଜମି ସମ୍ପୂର୍ଣ୍ଣ ଖୋଲା ରହିବ ଏବଂ ଲ୍ୟାଣ୍ଡସ୍କାପିଂ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି