Masthead

ଏଲଏସି: ପୁଣି ଭାରତ-ଚୀନ ସେନା ମୁହାଁମୁହିଁ ,୨୦ ଚୀନ୍ ସୈନ୍ୟ ଆହତ

ନୂଆଦିଲ୍ଲୀ (ବଡ଼ ଖବର): ଲଦାଖ ଏଲଏସିରେ ପୁଣି ଭାରତ ଓ ଚୀନ ସୈନ୍ୟ ମୁହାଁମୁହିଁ ହୋଇଛନ୍ତି । ଉଭୟ ଦେଶର ପ୍ରତିନିଧି ଏଲଏସିରେ ଶାନ୍ତି ପ୍ରତିଷ୍ଠା ପାଇଁ ପ୍ରୟାସ କରୁଥିବାବେଳେ କିଛି ଚୀନ ସୈନ୍ୟ ସିକ୍କିମରେ ଭାରତୀୟ ସୀମାରେ ପଶିବାକୁ ଚେଷ୍ଟା କରିଥିଲେ । ଏହି ସମୟରେ ଉଭୟ ଦେଶର ଯବାନ ମୁହାଁମୁହିଁ ହୋଇଥିଲେ । ଏଥିରେ ୪ ଭାରତୀୟ ଯବାନ ଓ ଚୀନର ୨୦ ସୈନ୍ୟ ଆହତ ହୋଇଛନ୍ତି । ରବିବାର ଦୀର୍ଘ ୧୫ ଘଣ୍ଟା ଧରି ଭାରତ ଓ ଚୀନ ମଧ୍ୟରେ ନବମ ପର୍ଯ୍ୟାୟ କମାଣ୍ଡରସ୍ତରୀୟ ଆଲୋଚନା ଚାଲିଥିଲା । ଏହି ବୈଠକ ପୂର୍ବ ଲଦାଖରେ ଚୀନର ମୋଲ୍ଡୋରେ ଆୟୋଜିତ ହୋଇଥିଲା ।

ଭାରତ ବୈଠକରେ କହିଥିଲା ଉଭୟ ଦେଶ ଉତ୍ତେଜନା ହ୍ରାସ ପାଇଁ ପ୍ରୟାସ କରିବା ଦରକାର । ଏକତରଫା ଭାବେ କୌଣସି ନିଷ୍ପତ୍ତି ଗ୍ରହଣୀୟ ନୁହେଁ । ଏପ୍ରିଲ ୨୦୨୦ ପୂର୍ବରୁ ଏଲଏସିରେ ଥିବା ସ୍ଥିତି ଫେରି ଆସୁ ବୋଲି ଭାରତ ଜୋର ଦେଇଛି । ଗତବର୍ଷ ମେ ୫ ତାରିଖରୁ ଉଭୟ ଦେଶର ସୈନିକ ମୁହାଁମୁହିଁ ସ୍ଥିତିରେ ରହିଥିଲେ । ଲଦାଖରେ ମୁହାଁମୁହିୃ ପରେ ବି ଏବେ ସୁଦ୍ଧା କୌଣସି ସମାଧାନ ବାହାରିନାହିଁ । ଦୁଇ ଦେଶ ମଧ୍ୟରେ ମିଳିତ ଭାବେ ଏନେଇ ରୋଡମ୍ୟାପ୍ ପ୍ରସ୍ତୁତ କରିବାକୁ ବୈଠକରେ ଭାରତ ପ୍ରସ୍ତାବ ରଖିଛି । ଲଦାଖରେ ୫୦ ହଜାରରୁ ଅଧିକ ଯବାନଙ୍କୁ ମୁତୟନ କରାଯାଇଛି । ଯବାନମାନେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ