ସାରା ଦେଶ ପାଳନ କରୁଛି ୭୨ତମ ସାଧାରଣତନ୍ତ୍ର ଦିବସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ସାରା ଦେଶ ପାଳନ କରୁଛି ୭୨ତମ ସାଧାରଣତନ୍ତ୍ର ଦିବସ। ଏଥିପାଇଁ ପୂରା ଦେଶ ଉତ୍ସବମୁଖର। ଏହି ଅବସରରେ ରାଜଧାନୀ ଭୁବନେଶ୍ୱରରେ ପାଳିତ ହୋଇଯାଇଛି ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଗାନ୍ଧୀମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି । କୋଭିଡ କଟକଣା ପାଇଁ ଦର୍ଶକଙ୍କୁ ପରେଡ୍ ସ୍ଥଳକୁ ମନା ରହିଛି । ପୋଲିସ ବ୍ୟାଣ୍ଡ ଜାତୀୟ ସଙ୍ଗୀତ ପରିବେଷଣ କରିଥିଲେ ।

ଏଥର ରାଜ୍ୟସ୍ତରୀୟ ପରେଡରେ ୧୪ଟି କଣ୍ଟିନଜେଣ୍ଟ ଅଂଶ ଗ୍ରହଣ କରିଥିଲେ। ଆଉ ଏହି ପରେଡର ନେତୃତ୍ୱ ନେଇଥିଲେ ଯୁବ ଆଇପିଏସ୍ ଏସ୍‌. ସୁଶ୍ରୀ। ସେ କଳାହାଣ୍ଡି ଜିଲ୍ଲା କେସିଙ୍ଗାରେ ଏସ୍‌ଡିପିଓ ଭାବେ କାର୍ଯ୍ୟ କରୁଛନ୍ତି। କରୋନାକୁ ଦୃଷ୍ଟିରେ ରଖି ଏଥର ରାଜ୍ୟ ସ୍ତରୀୟ ପରେଡରେ ସ୍କୁଲ୍,କଲେଜ ଛାତ୍ରଛାତ୍ରୀଙ୍କୁ ସାମିଲ କରାଯାଇ ନଥିଲା। ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଆଜି ରାଜଧାନୀ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା। ୨୫ ପ୍ଲାଟୁନ୍ ପୁଲିସ୍ ଫୋର୍ସ ମୁତୟନ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ