Masthead

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପୌଷ ପୂର୍ଣ୍ଣିମା ଅବସରରେ ଆଜି ମହାପ୍ରଭୁଙ୍କ ସ୍ଵତନ୍ତ୍ର ସୁନାବେଶ ଅନୁଷ୍ଠିତ ହେବ। ରତ୍ନସିଂହାସନରେ ଅଭିଷେକ ନୀତି ପରେ ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ । ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ରାଜରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଶାସ୍ତ୍ର ଅନୁସାରେ, ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ର ୧୪ ବର୍ଷ ବନବାସରୁ ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରିବା ପରେ ରାଜ୍ୟ ଭାର ଗ୍ରହଣ କରିବା ପୂର୍ବରୁ ଆଜି ଦିନରେ ତାଙ୍କର ରାଜଭିଷେକ ଉତ୍ସବ ଅନୁଷ୍ଠିତ ହୋଇଥିଲା । ପ୍ରଭୁ ଜଗନ୍ନାଥଙ୍କୁ ଶ୍ରୀରାମଙ୍କ ଅବତାର ମଧ୍ୟ କୁହାଯାଏ । ତେଣୁ ଶ୍ରୀମନ୍ଦିରରେ ରାମଙ୍କ ରୂପରେ ଶ୍ରୀଜିଉଙ୍କ ଅଭିଷେକ ନୀତି କରାଯାଇଥାଏ । ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ, ଆଜି ସକାଳ ଧୂପ ଏବଂ ପରେ ଅଭିଷେକ ନୀତି ଅନୁଷ୍ଠିତ ହେବ । ପରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ । ଅନ୍ୟପଟେ ଶ୍ରୀ ଅଲାରନାଥ ପୁଷ୍ୟାଭିଷେକ ଓ ରାଜାଧିରାଜ ବେଶ ଅନୁଷ୍ଠିତ ହେବ । ତେବେ ଚଳିତ ବର୍ଷ କୋଭିଡ କଟକଣାକୁ ଦୃଷ୍ଟିରେ ରଖି ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ କରାଯାଇଛି ସ୍ୱତନ୍ତ୍ର ବ୍ୟବସ୍ଥା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ