Masthead

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପୌଷ ପୂର୍ଣ୍ଣିମା ଅବସରରେ ଆଜି ମହାପ୍ରଭୁଙ୍କ ସ୍ଵତନ୍ତ୍ର ସୁନାବେଶ ଅନୁଷ୍ଠିତ ହେବ। ରତ୍ନସିଂହାସନରେ ଅଭିଷେକ ନୀତି ପରେ ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ । ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ରାଜରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଶାସ୍ତ୍ର ଅନୁସାରେ, ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ର ୧୪ ବର୍ଷ ବନବାସରୁ ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରିବା ପରେ ରାଜ୍ୟ ଭାର ଗ୍ରହଣ କରିବା ପୂର୍ବରୁ ଆଜି ଦିନରେ ତାଙ୍କର ରାଜଭିଷେକ ଉତ୍ସବ ଅନୁଷ୍ଠିତ ହୋଇଥିଲା । ପ୍ରଭୁ ଜଗନ୍ନାଥଙ୍କୁ ଶ୍ରୀରାମଙ୍କ ଅବତାର ମଧ୍ୟ କୁହାଯାଏ । ତେଣୁ ଶ୍ରୀମନ୍ଦିରରେ ରାମଙ୍କ ରୂପରେ ଶ୍ରୀଜିଉଙ୍କ ଅଭିଷେକ ନୀତି କରାଯାଇଥାଏ । ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ, ଆଜି ସକାଳ ଧୂପ ଏବଂ ପରେ ଅଭିଷେକ ନୀତି ଅନୁଷ୍ଠିତ ହେବ । ପରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ । ଅନ୍ୟପଟେ ଶ୍ରୀ ଅଲାରନାଥ ପୁଷ୍ୟାଭିଷେକ ଓ ରାଜାଧିରାଜ ବେଶ ଅନୁଷ୍ଠିତ ହେବ । ତେବେ ଚଳିତ ବର୍ଷ କୋଭିଡ କଟକଣାକୁ ଦୃଷ୍ଟିରେ ରଖି ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ କରାଯାଇଛି ସ୍ୱତନ୍ତ୍ର ବ୍ୟବସ୍ଥା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା