Masthead

ଉଦଘାଟନ ହେଲା ବାଇକ ଆମ୍ବୁଲାନ୍ସ ସେବା

ମୟୁରଭଞ୍ଜ(ବଡ଼ ଖବର ବ୍ୟୁରୋ): ଦୁର୍ଗମସ୍ଥଳକୁ ଆରମ୍ଭ ହେଲା ବାଇକ ଆମ୍ବୁଲାନ୍ସ ସେବା । ଗରିବ ଲୋକେ ଏବେ ଅଳ୍ପ ସମୟରେ ମେଡିକାଲରେ ପହଁଚିପାରିବେ । ମୟୁରଭଞ୍ଜ ଜିଲ୍ଲାରେ ଆରମ୍ଭ ହୋଇଛି ବାଇକ ଆମ୍ବୁଲାନ୍ସ ସେବା । ମୟୁରଭଞ୍ଜ ଜିଲ୍ଲାପାଳ ବିନୀତ ଭରଦ୍ୱାଜ ଏହାକୁ ଉଦଘାଟନ କରିଛନ୍ତି । ଯେଉଁ ସ୍ଥାନକୁ ୧୦୮ ଆମ୍ବୁଲାନ୍ସ ଯାଇପାରୁନାହିଁ ସେହି ସ୍ଥାନକୁ ବାଇକ ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯିବ । ପ୍ରଥମ ପର୍ଯ୍ୟାୟରେ ଏହି ସେବା ଯଶୀପୁର, ବାଦାମପାହାଡ ଓ ଗୋରୁମହିଷାଣି ୩ଟି ସ୍ଥାନକୁ ଯୋଗାଇ ଦିଆଯାଇଛି । ଏହି ବାଇକରେ ସୁବିଧା ଅନୁଯାୟୀ ଏକ ସିଟ ପ୍ରସ୍ତୁତ କରାଯାଇଛି । ଏହି ସିଟକୁ ସୁବିଧା ଅନୁଯାୟୀ ସମ୍ପ୍ରସାରଣ କରିପାରିବେ ଅର୍ଥାତ୍ ରୋଗୀ ଚାହିଁଲେ ଶୋଇପାରିବେ ଓ ବସିପାରିବେ । ବାଇକରେ ଅମ୍ଳଜାନ ସିଲିଣ୍ଡର ସହ ସୁରକ୍ଷା ଜ୍ୟାକେଟ ମଧ୍ୟ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..