Masthead

ସଂସଦ ବଜେଟ ଅଧିବେଶନ: ରାଷ୍ଟ୍ରପତିଙ୍କ ଅଭିଭାଷଣ ଜାରି

ନୂଆଦିଲ୍ଲୀ (ବଡ଼ ଖବର): ଆଜିଠାରୁ ସଂସଦରେ ଆରମ୍ଭ ହୋଇଛି ବଜେଟ ଅଧିବେଶନ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦୁଇଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । କରୋନା ସଂକ୍ରମଣ ପ୍ରଭାବରେ ଭୁଶୁଡିପଡିଥିବା ଦେଶର ଅର୍ଥନୀତିକୁ ସଞ୍ଜୀବନୀ ଦେବାକୁ ଏହି ଅଧିବେଶନ ଗୁରୁତ୍ୱ ଦେବ ।  କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏଭଳି ବ୍ୟବସ୍ଥା କରାଯାଇଛି । ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ ଏହା ଉପରେ ଆଲୋଚନା କରାଯାଇଛି । ପରେ ଫେବୃଆରୀ ୧ ତାରିଖରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୧-୨୨ର ବଜେଟ ଉପସ୍ଥାପନ କରିବେ । ଏଥରେ ବଜେଟ ପେପରଲେସ ହେବ ବୋଲି ମଧ୍ୟ କୁହାଯାଇଛି ।

ପଟେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ୧୬ଟି ବିରୋଧୀ ଦଳ ବର୍ଜନ କରିବେ । ତେବେ ଏଥିରେ ବିଜେଡି ସାମିଲ ହେବ ନାହିଁ ବୋଲି ସୂଚନା ମିଳିଛି । କୃଷି ଆଇନକୁ ନେଇ ବିରୋଧୀଦଳ ଗୁଡିକ ଏପରି ନିଷ୍ପତ୍ତି ନେଇଥିବା କହିଛନ୍ତି । କଂଗ୍ରେସ, ଶିବସେନା, ଏନସିପି ଓ ତୃଣମୂଳ କଂଗ୍ରେସ ପରି ଦଳ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ବର୍ଜନ କରିଛନ୍ତି ବୋଲି ଜଣାପଡିଛି । ସେହିପରି ଆଜି ମଧ୍ୟ ଚଳିତ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ଆସିବ । ଚଳିତ ବଜେଟ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଚାଲିବ । ପ୍ରଥମ ପର୍ଯ୍ୟାୟ ଆଜିଠାରୁ ଫେବୃଆରୀ ୧୫ ଓ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୮ରୁ ଅପ୍ରେଲ ୮ ତାରିଖ ଯାଏ ଚାଲିବ । କରୋନାକୁ ଦୃଷ୍ଟିରେ ରଖି ପ୍ରତ୍ୟେକ ଦିନ ଅଧିବେଶନ ୪ ଘଣ୍ଟା ଚାଲିବ । ଏହି ସମୟରେ କୋଭିଡ୍‌ର ସମସ୍ତ ଗାଇଡଲାଇନ ପାଳନ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା