ସଂସଦ ବଜେଟ ଅଧିବେଶନ: ରାଷ୍ଟ୍ରପତିଙ୍କ ଅଭିଭାଷଣ ଜାରି

ନୂଆଦିଲ୍ଲୀ (ବଡ଼ ଖବର): ଆଜିଠାରୁ ସଂସଦରେ ଆରମ୍ଭ ହୋଇଛି ବଜେଟ ଅଧିବେଶନ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦୁଇଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । କରୋନା ସଂକ୍ରମଣ ପ୍ରଭାବରେ ଭୁଶୁଡିପଡିଥିବା ଦେଶର ଅର୍ଥନୀତିକୁ ସଞ୍ଜୀବନୀ ଦେବାକୁ ଏହି ଅଧିବେଶନ ଗୁରୁତ୍ୱ ଦେବ ।  କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏଭଳି ବ୍ୟବସ୍ଥା କରାଯାଇଛି । ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ ଏହା ଉପରେ ଆଲୋଚନା କରାଯାଇଛି । ପରେ ଫେବୃଆରୀ ୧ ତାରିଖରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୧-୨୨ର ବଜେଟ ଉପସ୍ଥାପନ କରିବେ । ଏଥରେ ବଜେଟ ପେପରଲେସ ହେବ ବୋଲି ମଧ୍ୟ କୁହାଯାଇଛି ।

ପଟେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ୧୬ଟି ବିରୋଧୀ ଦଳ ବର୍ଜନ କରିବେ । ତେବେ ଏଥିରେ ବିଜେଡି ସାମିଲ ହେବ ନାହିଁ ବୋଲି ସୂଚନା ମିଳିଛି । କୃଷି ଆଇନକୁ ନେଇ ବିରୋଧୀଦଳ ଗୁଡିକ ଏପରି ନିଷ୍ପତ୍ତି ନେଇଥିବା କହିଛନ୍ତି । କଂଗ୍ରେସ, ଶିବସେନା, ଏନସିପି ଓ ତୃଣମୂଳ କଂଗ୍ରେସ ପରି ଦଳ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ବର୍ଜନ କରିଛନ୍ତି ବୋଲି ଜଣାପଡିଛି । ସେହିପରି ଆଜି ମଧ୍ୟ ଚଳିତ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ଆସିବ । ଚଳିତ ବଜେଟ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଚାଲିବ । ପ୍ରଥମ ପର୍ଯ୍ୟାୟ ଆଜିଠାରୁ ଫେବୃଆରୀ ୧୫ ଓ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୮ରୁ ଅପ୍ରେଲ ୮ ତାରିଖ ଯାଏ ଚାଲିବ । କରୋନାକୁ ଦୃଷ୍ଟିରେ ରଖି ପ୍ରତ୍ୟେକ ଦିନ ଅଧିବେଶନ ୪ ଘଣ୍ଟା ଚାଲିବ । ଏହି ସମୟରେ କୋଭିଡ୍‌ର ସମସ୍ତ ଗାଇଡଲାଇନ ପାଳନ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’