Masthead

ପୁଣି ଫେରିଲା ଶୀତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟକୁ ପୁଣି ଫେରିଛି ଶୀତ । ଗତ ୨ ଦିନ ଧରି ରାଜ୍ୟରେ ଅସହ୍ୟ ଥଣ୍ଡା ଅନୁଭୁତ ହେଉଛି । ସଂଧ୍ୟା ହେଲେ ଶୀତର ମାତ୍ର କମୁଥିବାରୁ ବାହାରକୁ ବାହାରିବା କଷ୍ଟକର ହୋଇଛି । ସେପଟେ ଆସନ୍ତା ୨୪ ଘଣ୍ଟା ପାଇଁ ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ଼, ବଲାଙ୍ଗିର ଓ କନ୍ଧମାଳ ଆଦି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ବରଗଡ଼, ସମ୍ବଲପୁର, ଅନୁୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, କଳାହାଣ୍ଡି, ନୂଆପଡ଼ା, ନୟାଗଡ଼ ଓ ଖୋର୍ଦ୍ଧା ଆଦି ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକରେ ସର୍ବନିମ୍ନ ତାପମାତ୍ରା କମ୍ ରହିଥିବାରୁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନର ଜିଲ୍ଲପାଳମାନଙ୍କୁ ଚିଠି ଲେଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼