Masthead

ତ୍ୱରାନ୍ୱିତ ହେବ ଉପକୂଳ ରାଜପଥ ପ୍ରକଳ୍ପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ଓ ରାଜ୍ୟ ସରକରଙ୍କ ବଡ଼ ନିଷ୍ପତ୍ତି । ପ୍ରଧାନମନ୍ତ୍ରୀଙ୍କ ପୂର୍ବୋଦୟ ମିସନର କୋଷ୍ଟାଲ ହାଇୱେ ନେଇ ଥିବା ସମସ୍ୟା ଦୂରହେବ । ୩୦୦ କିମି ଉପକୂଳ ରାଜପଥ ୮ ଲେନ ବିଶିଷ୍ଟ ହେବ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କାରୀଙ୍କ ମଧ୍ୟରେ ହୋଇଥିବା ଆଲୋଚନାରେ ଏହି ନିଷ୍ପତ୍ତି ନିଆଯାଇଛି । ଭାରତମାଳା ଯୋଜନାରେ ଦୀଘା-ଗୋପାଳପୁର ଉପକୂଳ ରାଜପଥ ପ୍ରକଳ୍ପ ବିକାଶକୁ ତ୍ୱରାନ୍ୱିତ କରିବା ଦିଗରେ ଆଜି ଆଲୋଚନା ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ସମେତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ମଙ୍ଗଳବାର ଭିଡ଼ିଓ କନଫରେନ୍ସିଂରେ ଆଲୋଜନା ହୋଇଛି ।

୯ ହଜାର କୋଟି ଟଙ୍କା ବ୍ୟୟରେ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳର ଲାଇଫଲାଇନ୍ସ ହେବାକୁ ଯାଉଥିବା ଏହି କୋଷ୍ଟାଲ ହାଇୱେର ଅଗ୍ରଗତି ନେଇ ଆଲୋଚନା ହୋଇଥିଲା । ଏହି ବୈଠକରେ ଗୋପାଳପୁର-ସାତପଡ଼ା ପ୍ରକଳ୍ପର କାମ ପାଇଁ ଆନୁସଙ୍ଗିକ ବ୍ୟବସ୍ଥା କରିବାକୁ ରାଜ୍ୟ ସରକାର ପ୍ରତିଶ୍ରୁତି ଦେଇଛନ୍ତି । ଓଡ଼ିଶାର ସର୍ବବୃହତ ରାଜପଥ ପ୍ରକଳ୍ପ କୋଷ୍ଟାଲ ହାଇୱେ ସମ୍ପୂର୍ଣ୍ଣ ହେଲେ ଏହା ପର୍ଯ୍ୟଟନ ଶିଳ୍ପକୁ ତ୍ୱରାନ୍ୱିତ କରିବା ସଙ୍ଗେ ସଙ୍ଗେ ମତ୍ସ୍ୟ ଚାଷ, ଖାଦ୍ୟ ପ୍ରକ୍ରିୟାକରଣ, ଲଜିଷ୍ଟିକୁ ସୁବିଧା ଦେବା ସହ ପଣ୍ୟ ପରିବହନରେ ବିଶେଷ ସହାୟକ ହେବ। ଏହି ବୈଠକରେ ମଧ୍ୟ ଆହୁରି ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏନେଇ ରାଜ୍ୟ ସରକାର ସମସ୍ତ ପ୍ରତିଶ୍ରୁତି ଦେଇଥିବା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି