Masthead

ଆଜିଠୁ ରାଜ୍ୟରେ ପୁଣି ଟିକାକରଣ ଆରମ୍ଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ପୁଣି ଟିକାକରଣ ଆରମ୍ଭ ହେବ । ପଲସ ପୋଲିଓ ଅଭିଯାନ ପାଇଁ ରାଜ୍ୟରେ ଗତ ୩ ଦିନ ଧରି ରାଜ୍ୟରେ କୋଭିଡ଼ ଟିକାକରଣ ବନ୍ଦ ରହିଥିଲା । ଆଜି ପୁଣିଥରେ ୫୯ ସେସନ ସାଇଟରେ ୬ ହଜାର ୪୯୮ ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ । ଏଥିରୁ ଭୁବନେଶ୍ୱରର ୧୦ଟି ସାଇଟ ରହିବ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।

ସେହିପରି ଫେବୃଆରୀ ୬ ତାରିଖରୁ ସମ୍ମୁଖ ଯୋଦ୍ଧାଙ୍କୁ ଟିକା ଦିଆଯିବ । ସେମାନଙ୍କ ପାଇଁ ଅଲଗା ସ୍ଥାନ, ଅଲଗା ଟିକା ପ୍ରଦାନକାରୀଙ୍କୁ ନିୟୋଜିତ କରିବା ପାଇଁ ସମସ୍ତ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିବେ ସ୍ୱାସ୍ଥ୍ୟ ଏବଂ ପରିବାରେ କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ । ଏହି ଦିଗରେ ସେମାନଙ୍କୁ ଗାଇଡ଼ଲାଇନ ଅବଗତ ମଧ୍ୟ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ