Masthead

ପୁରୀ ବାଇପାସ ରାସ୍ତା ଆଲୋକିତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲୋକାର୍ପଣ ହେଲା ବହୁପ୍ରତିକ୍ଷିତ ପୁରୀ-ଭୁବନେଶ୍ୱର ବାଇପାସ୍‌ ଷ୍ଟ୍ରିଟ୍ ଲାଇଟ ପ୍ରକଳ୍ପ । ୧୨ କିଲୋମିଟର ଦୀର୍ଘ ରାସ୍ତା ହେଲା ଆଲୋକୀକରଣ । ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଲୋକାର୍ପଣ କରିଛନ୍ତି । ହାଇଟେକ୍ ଛକ ଠାରୁ ଲିଙ୍ଗିପୁର ଛକ ପର୍ଯ୍ୟନ୍ତ ଏହି ଆଲୋକୀ କରଣ କରାଯାଇଛି । ଏଥିରେ ୩୮୭ ଲାଇଟ ଖୁଣ୍ଟ ଥିବାବେଳେ ୪ଟି ହାଇମାଷ୍ଟ ଲାଇଟ ଲାଗିଛି । ବିଦ୍ୟୁତ ନିୟନ୍ତ୍ରଣ ପାଇଁ ୪ଟି ଟ୍ରାନସ୍ଫର୍ମରର ବ୍ୟବସ୍ଥା କରାଯାଇଛି । ୨୦୧୭ରେ ଏହି ପ୍ରକଳ୍ପକୁ ମଞ୍ଜୁରୀ ମିଳିଥିଲା । ଏହି ବୃହତ ଆଲୋକୀକରଣ ପ୍ରକଳ୍ପ ପାଇଁ ସମୁଦାୟ ୩ କୋଟି ଟଙ୍କା ଖର୍ଚ୍ଚ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ