Masthead

ହସ୍ପିଟାଲରେ ପଦ୍ମଶ୍ରୀ କମଳା

କୋରାପୁଟ (ବଡ଼ ଖବର ବ୍ୟୁରୋ): କୋରାପୁଟ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ । ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଓ କିଡ୍‌ନୀ ଜନିତ ସମସ୍ୟା ଯୋଗୁ ତାଙ୍କୁ ହସ୍ପିଟାଲରେ ଭତ୍ତି କରାଯାଇଛି । ପୂର୍ବରୁ ଜୟପୁର ହସ୍ପିଟାଲରେ ଚିକିତ୍ସିତ ହେଇଥିଲେ କମଳା । ମାତ୍ର ତାଙ୍କ ସ୍ୱାସ୍ଥ୍ୟରେ ସୁଧାର ନ ଆସିବାରୁ ମଙ୍ଗଳବାର ରାତିରେ କୋରାପୁଟ ହସପିଟାଲକୁ ତାଙ୍କୁ ସ୍ଥାନାନ୍ତର କରାଯାଇଥିଲା । ସେ ନାରୀ ସଶକ୍ତିକରଣ ସହିତ ଜଙ୍ଗଲ ସୁରକ୍ଷା ନିମନ୍ତେ ୨୧ ଜଣ ସ୍ୱେଚ୍ଛାକୃତ ମହିଳାଙ୍କୁ ନେଇ ନିଜ ଗାଁରେ “ତ୍ରୀନାଥ ଠାକୁର ବନ ସୁରକ୍ଷା ସମିତି” ନାମକ ଏକ ସଂଘ ଗଠନ କରି ଜଙ୍ଗଲ ସୁରକ୍ଷା କ୍ଷେତ୍ରରେ କାମ କରିଥିଲେ । ସେ ଲୋପ ପାଇଯାଉଥିବା ପ୍ରାୟ ୧୦୦ରୁ ଉର୍ଦ୍ଧ୍ୱ ଦେଶୀ ବିହନ କିସମର ସଂରକ୍ଷଣ ତଥା ଜୈବୀକ ଚାଷ କରି ଲୋକ ଲୋଚନକୁ ଆସିଥିଲେ । ଯୋଉଥି ପାଇଁ ୨୦୧୯ରେ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ପୁରଷ୍କାରରେ ସମ୍ମାନୀତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା