Masthead

ବିଶ୍ୱ କର୍କଟ ଦିବସ

ଭୁବନେଶ୍ୱର(ବଡ଼ ଖବର): ଆଜି ବିଶ୍ୱ କର୍କଟ ଦିବସ । କର୍କଟ ରୋଗ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ପ୍ରତିବର୍ଷ ଆଜିର ଦିନରେ ଏହି ଦିବସକୁ ପାଳନ କରାଯାଉଛି । ବିଶେଷକରି ରୋଗର ଚିକିତ୍ସା ପ୍ରଣାଳୀ ଏବଂ ପୂର୍ବରୁ ସତର୍କତା ଅବଲମ୍ବନ ବିଷୟରେ ଏହି ଦିବସ ବାର୍ତ୍ତା ଦେଇଥାଏ । ତେବେ ଚଳିତ ବର୍ଷ ବିଶ୍ୱ କର୍କଟ ଦିବସର ବାର୍ତ୍ତା ହେଉଛି ‘ଆମେ ପାରିବୁ, ମୁଁ ପାରିବି’ । ସମସ୍ତଙ୍କର ସହାୟତା ଦ୍ୱାରା ଏହି ରୋଗର ମାତ୍ରାକୁ ବିଶ୍ୱରେ ହ୍ରାସ କରାଯାଇପାରିବ ବୋଲି ଏହି ଦିବସ ପାଳନର ଲକ୍ଷ୍ୟ ରହିଛି । ଓଡ଼ିଶାରେ କର୍କଟ ରୋଗ ଧୀରେ ଧୀରେ ଉଦ୍‌ବେଗଜନକ ସ୍ଥିତି ଆଡ଼କୁ ଗତି କରୁଛି । ପ୍ରତିବର୍ଷ ପ୍ରାୟ ୫୦ ହଜାର ନୂତନ କର୍କଟ ରୋଗୀ ଚିହ୍ନଟ ହେଉଛନ୍ତି । ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ୩୫-୩୬ ହଜାର ଓ ରାଜ୍ୟ ତଥା ରାଜ୍ୟ ବାହାରେ ଥିବା ଘରୋଇ ହସ୍ପିଟାଲ ରୋଗୀଙ୍କୁ ମିଶାଇ ଏହି ସଂଖ୍ୟା ପ୍ରାୟ ୫୦ ହଜାରକୁ ବୃଦ୍ଧି ପାଉଛି । ପ୍ରତିବର୍ଷ ଯେତିକି ସଂଖ୍ୟକ ରୋଗୀ ଚିହ୍ନଟ ହେଉଛନ୍ତି, ସେଥିରୁ ଏକ ତୃତୀୟାଂଶ ରୋଗୀଙ୍କ କର୍କଟରେ ମୃତ୍ୟୁ ହୋଇସାରିଛି । ରାଜ୍ୟରେ ଯେତିକି ସଂଖ୍ୟକ କର୍କଟ ରୋଗୀ ଚିହ୍ନଟ ହେଉଛନ୍ତି ତାହିଁରେ ମୁଖଗହ୍ୱର କର୍କଟ ରୋଗୀଙ୍କ ସଂଖ୍ୟା ଅଧିକ । ରାଜ୍ୟରେ ଏବେ ପ୍ରାୟ ଦେଢ଼ଲକ୍ଷ କର୍କଟ ସର୍ଭାଇଭର୍‌ ବ୍ୟକ୍ତି ରହିଛନ୍ତି ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ