Masthead

ବିଶ୍ୱ କର୍କଟ ଦିବସ

ଭୁବନେଶ୍ୱର(ବଡ଼ ଖବର): ଆଜି ବିଶ୍ୱ କର୍କଟ ଦିବସ । କର୍କଟ ରୋଗ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ପ୍ରତିବର୍ଷ ଆଜିର ଦିନରେ ଏହି ଦିବସକୁ ପାଳନ କରାଯାଉଛି । ବିଶେଷକରି ରୋଗର ଚିକିତ୍ସା ପ୍ରଣାଳୀ ଏବଂ ପୂର୍ବରୁ ସତର୍କତା ଅବଲମ୍ବନ ବିଷୟରେ ଏହି ଦିବସ ବାର୍ତ୍ତା ଦେଇଥାଏ । ତେବେ ଚଳିତ ବର୍ଷ ବିଶ୍ୱ କର୍କଟ ଦିବସର ବାର୍ତ୍ତା ହେଉଛି ‘ଆମେ ପାରିବୁ, ମୁଁ ପାରିବି’ । ସମସ୍ତଙ୍କର ସହାୟତା ଦ୍ୱାରା ଏହି ରୋଗର ମାତ୍ରାକୁ ବିଶ୍ୱରେ ହ୍ରାସ କରାଯାଇପାରିବ ବୋଲି ଏହି ଦିବସ ପାଳନର ଲକ୍ଷ୍ୟ ରହିଛି । ଓଡ଼ିଶାରେ କର୍କଟ ରୋଗ ଧୀରେ ଧୀରେ ଉଦ୍‌ବେଗଜନକ ସ୍ଥିତି ଆଡ଼କୁ ଗତି କରୁଛି । ପ୍ରତିବର୍ଷ ପ୍ରାୟ ୫୦ ହଜାର ନୂତନ କର୍କଟ ରୋଗୀ ଚିହ୍ନଟ ହେଉଛନ୍ତି । ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ୩୫-୩୬ ହଜାର ଓ ରାଜ୍ୟ ତଥା ରାଜ୍ୟ ବାହାରେ ଥିବା ଘରୋଇ ହସ୍ପିଟାଲ ରୋଗୀଙ୍କୁ ମିଶାଇ ଏହି ସଂଖ୍ୟା ପ୍ରାୟ ୫୦ ହଜାରକୁ ବୃଦ୍ଧି ପାଉଛି । ପ୍ରତିବର୍ଷ ଯେତିକି ସଂଖ୍ୟକ ରୋଗୀ ଚିହ୍ନଟ ହେଉଛନ୍ତି, ସେଥିରୁ ଏକ ତୃତୀୟାଂଶ ରୋଗୀଙ୍କ କର୍କଟରେ ମୃତ୍ୟୁ ହୋଇସାରିଛି । ରାଜ୍ୟରେ ଯେତିକି ସଂଖ୍ୟକ କର୍କଟ ରୋଗୀ ଚିହ୍ନଟ ହେଉଛନ୍ତି ତାହିଁରେ ମୁଖଗହ୍ୱର କର୍କଟ ରୋଗୀଙ୍କ ସଂଖ୍ୟା ଅଧିକ । ରାଜ୍ୟରେ ଏବେ ପ୍ରାୟ ଦେଢ଼ଲକ୍ଷ କର୍କଟ ସର୍ଭାଇଭର୍‌ ବ୍ୟକ୍ତି ରହିଛନ୍ତି ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ