ଖେଳୁଖେଳୁ ଜଳିଗଲେ ଦୁଇ ଶିଶୁ

କାଶୀପୁର (ବଡ଼ ଖବର ବ୍ୟୁରୋ): ଖେଳନେଲା ଜୀବନ । ପାଳଗଦାରେ ଖେଳୁ ଖେଳୁ ଜୀବନ୍ତ ଦଗ୍ଧ ହୋଇଗଲେ ଦୁଇ ଶିଶୁକନ୍ୟା । ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ଲାକ୍ରିଶ୍ ଗାଁରେ ଘଟିଛି ଏଭଳି ହୃଦୟବିଦାରକ ଘଟଣା । ଗାଁର ମାନିଙ୍ଗ ମାଝୀଙ୍କ ୪ ବର୍ଷର ଝିଅ କୁମାରୀ ମାଝୀ ଓ ପଡ଼ୋଶୀ ଦୁର୍ଯ୍ୟୋଧନ ମାଝୀଙ୍କ ୩ ବର୍ଷର ଝିଅ ଦିବ୍ୟା ମାଝୀ ପାଳଗଦାରେ ଖେଳୁଥିବାବେଳେ ଘଟିଥିଲା ଏହି ଘଟଣା । ନିଆଁ ଲାଗିବା ପରେ ସେମାନଙ୍କ ଚିତ୍କାର ଶୁଣି ପରିବାର ଲୋକେ ସେଠାକୁ ଦୌଡ଼ିଯିବା ବେଳକୁ ଜୀବନ୍ତ ଦଗ୍ଧ ହୋଇସାରିଥିଲେ ଦୁଇ ଶିଶୁକନ୍ୟା । ନିଆଁଗଦା ଭିତରୁ ମିଳିଥିଲା ଦୁଇ ଝିଅଙ୍କ ଦଗ୍ଧ ମୃତ ଶରୀର । ଏହି ବେଦନାଦାୟକ ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ