Masthead

ଆଜି ଚକା ଜାମ ଆନ୍ଦୋଳନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଚକା ଜାମ । ନୂଆ କୃଷି ଆଇନକୁ ବିରୋଧ କରି ୩ ଘଂଟିଆ ଚକାଜାମର ଡାକରା ଦେଇଛି କୃଷକ ସଂଗଠନ । ଦିନ ୧୨ଟାରୁ ୩ଟା ପର୍ଯ୍ୟନ୍ତ ଏହି ଚକା ଜାମ ଆନ୍ଦୋଳନ କରାଯିବ । ଜାତୀୟ ଓ ରାଜ୍ୟ ରାଜପଥରେ ମଧ୍ୟ ଚକାଜାମ ହେବ ନାହିଁ । ତେବେ ଉତ୍ତରପ୍ରଦେଶ ଓ ଉତ୍ତରାଖଣ୍ଡରେ ଆଜି ଚକା ଜାମ କରାଯିବ ନାହିଁ । କେନ୍ଦ୍ରର ୩ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ପ୍ରାୟ ୪ ମାସ ହେଲା ଜାରି ରହିଛି । କେନ୍ଦ୍ର ସରକାରଙ୍କ ସହିତ ଅନେକ ଥର ଆଲୋଚନା ହୋଇଥିଲେ ମଧ୍ୟ କୌଣସି ଫଳ ବାହାରି ନାହିଁ । ବରଂ ଉଭୟ ପକ୍ଷ ନିଜ ନିଜ ଜିଦ୍‌ରେ ଅଟଳ ଅଛନ୍ତି ।

କେନ୍ଦ୍ର ସରକାର ଆଇନରେ ସଂଶୋଧନ ପାଇଁ ପ୍ରସ୍ତାବ ଦେଇଥିବା ବେଳେ ଆଇନ ପ୍ରତ୍ୟାହାର ଜିଦରେ ଅଟଳ ରହିଛନ୍ତି ଚାଷୀ । ଦୁଇ ପକ୍ଷ ନିଜ ନିଜ ଜିଦରେ ଅଟଳ ରହିଥିବାରୁ ସମାଧାନର ରାସ୍ତା ବାହାରି ନାହିଁ । ଦିଲ୍ଲୀ ସୀମା ସିଂଘୁରେ ଏବେ ବି ଧାରଣାରେ ବସିଛନ୍ତି ଚାଷୀ । ଗାଜିପୁରରେ ମଧ୍ୟ ସେମାନେ ଏକଜୁଟ ହୋଇ ରହିଛନ୍ତି । ଉତ୍ତରପ୍ରଦେଶ ଓ ଉତ୍ତରାଖଣ୍ଡରେ ଚକାଜାମ କରାଯିବ ନାହିଁ ବୋଲି କୃଷକ ସଂଗଠନ ନେତା ରାକେଶ ଟିକାୟତ କହିଛନ୍ତି ।

ଚକା ଜାମ ସମୟରେ ବିଭିନ୍ନ ସ୍ଥାନରେ କୃଷକ ସଂଗଠନ ଆନ୍ଦୋଳନକାରୀଙ୍କୁ ଖାଦ୍ୟପଦାର୍ଥ ଯୋଗାଇବେ । ଅନ୍ୟପଟେ ଏହି ପ୍ରସଙ୍ଗରେ ଦିଲ୍ଲୀ, ଉତ୍ତରପ୍ରଦେଶ ଓ ହରିୟାଣାର ପୋଲିସ ଅଧିକାରୀ କୃଷକ ନେତାଙ୍କ ସହ ଆଲୋଚନା କରିଛନ୍ତି । ସିଙ୍ଘୁ, ଟିକ୍ରି ଓ ଘାଜିପୁର ସୀମାରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭିଜିଲାନ୍ସ ଜାଲରେ ଗ୍ରାମୀଣ ଉନ୍ନୟନ ବିଭାଗ ମୁଖ୍ୟଯନ୍ତ୍ରୀ 🔴 ଚୀନ ସିସିଟିଭିକୁ ଭାରତରେ ନା 🔴 ଖୁବଶୀଘ୍ର ପିଓକେ ଆମର ହେବ 🔴 ଶୀତଳଷଷ୍ଠୀ କୁ ୫୦ଲକ୍ଷ ଅନୁଦାନ 🔴 ୪୦ ବର୍ଷ ପରେ ମାଓ ମୁକ୍ତ ହେଲା ବସ୍ତର 🔴 ନିଶାସକ୍ତ ପୁଅର ନୃଶଂସକାଣ୍ଡ, କୋଦାଳରେ ହାଣି ମା’କୁ କଲା ହତ୍ୟା 🔴 କେନାଲ ବନ୍ଧ ସହ ମାଟି ତାଡିନେଲେ ମାଟି ମାଫିଆ 🔴 ଟ୍ରମ୍ପ୍ ଓ ଏଲନ୍ ମସ୍କଙ୍କ ସମ୍ପର୍କରେ ଫାଟ 🔴 ଅବପାତରେ ପରିଣତ ହେଲା ଲଘୁଚାପ 🔴 ସ୍ୱାମୀକୁ ହାଣିଦେଲା ସ୍ତ୍ରୀ 🔴 ଭିଜିଲାନ୍ସ ଜାଲରେ ଗ୍ରାମୀଣ ଉନ୍ନୟନ ବିଭାଗ ମୁଖ୍ୟଯନ୍ତ୍ରୀ 🔴 ଚୀନ ସିସିଟିଭିକୁ ଭାରତରେ ନା 🔴 ଖୁବଶୀଘ୍ର ପିଓକେ ଆମର ହେବ 🔴 ଶୀତଳଷଷ୍ଠୀ କୁ ୫୦ଲକ୍ଷ ଅନୁଦାନ 🔴 ୪୦ ବର୍ଷ ପରେ ମାଓ ମୁକ୍ତ ହେଲା ବସ୍ତର 🔴 ନିଶାସକ୍ତ ପୁଅର ନୃଶଂସକାଣ୍ଡ, କୋଦାଳରେ ହାଣି ମା’କୁ କଲା ହତ୍ୟା 🔴 କେନାଲ ବନ୍ଧ ସହ ମାଟି ତାଡିନେଲେ ମାଟି ମାଫିଆ 🔴 ଟ୍ରମ୍ପ୍ ଓ ଏଲନ୍ ମସ୍କଙ୍କ ସମ୍ପର୍କରେ ଫାଟ 🔴 ଅବପାତରେ ପରିଣତ ହେଲା ଲଘୁଚାପ 🔴 ସ୍ୱାମୀକୁ ହାଣିଦେଲା ସ୍ତ୍ରୀ