Masthead

ରାଜଧାନୀରେ ସିରିଜ ଦୁର୍ଘଟଣା, ଏକାଧିକ ଆହତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମଦ୍ୟପାନ କରି ଡ୍ରାଇଭର ଘଟାଇଲା ସିରିଜ ଦୁର୍ଘଟଣା । ଲିଙ୍ଗରାଜ ଥାନା ଅଞ୍ଚଳରେ ଘଟିଛି ଏଭଳି ଅଘଟଣ । ତେବେ ଏହି ଦୁର୍ଘଟଣାରେ ଏକାଧିକ ଲୋକ ଆହତ ହୋଇଛନ୍ତି । ଦୁର୍ଘଟଣା ଘଟେଇବା ପରେ ସ୍ଥାନୀୟ ଲୋକେ ଉକ୍ତ କାରଟିକୁ ଜାଳିଦେଇଛନ୍ତି । ଡ୍ରାଇଭର ଜଣକ ମଦ୍ୟପାନ କରି ଦୁର୍ଘଟଣା ଘଟାଇ ଖସିଯିବାକୁ ଉଦ୍ୟମ କରୁଥିବା ବେଳେ ସ୍ଥାନୀୟ ଲୋକେ ଡ୍ରାଇଭର ଓ ବସିଥିବା ବ୍ୟକ୍ତିଙ୍କୁ ଧରି ନିର୍ଧୁମ ଛେଚିଛନ୍ତି । ଲିଙ୍ଗରାଜ ଥାନା ପୋଲିସ ପହଂଚି କାର ଚାଳକ ଓ ଅନ୍ୟ ବ୍ୟକ୍ତିଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଛି । ଡ୍ରାଇଭର ଓ ବ୍ୟକ୍ତି ଜଣକ କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲାର ହୋଇଥିବା ସୂଚନା ରହିଛି । କାର ଜାଳିବା ପରେ ଘଟଣା ସ୍ଥଳରେ ପହଁଚିଥିଲା ଅଗ୍ନିଶମ ଟିମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ