Masthead

ରାଜଧାନୀରେ ସିରିଜ ଦୁର୍ଘଟଣା, ଏକାଧିକ ଆହତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମଦ୍ୟପାନ କରି ଡ୍ରାଇଭର ଘଟାଇଲା ସିରିଜ ଦୁର୍ଘଟଣା । ଲିଙ୍ଗରାଜ ଥାନା ଅଞ୍ଚଳରେ ଘଟିଛି ଏଭଳି ଅଘଟଣ । ତେବେ ଏହି ଦୁର୍ଘଟଣାରେ ଏକାଧିକ ଲୋକ ଆହତ ହୋଇଛନ୍ତି । ଦୁର୍ଘଟଣା ଘଟେଇବା ପରେ ସ୍ଥାନୀୟ ଲୋକେ ଉକ୍ତ କାରଟିକୁ ଜାଳିଦେଇଛନ୍ତି । ଡ୍ରାଇଭର ଜଣକ ମଦ୍ୟପାନ କରି ଦୁର୍ଘଟଣା ଘଟାଇ ଖସିଯିବାକୁ ଉଦ୍ୟମ କରୁଥିବା ବେଳେ ସ୍ଥାନୀୟ ଲୋକେ ଡ୍ରାଇଭର ଓ ବସିଥିବା ବ୍ୟକ୍ତିଙ୍କୁ ଧରି ନିର୍ଧୁମ ଛେଚିଛନ୍ତି । ଲିଙ୍ଗରାଜ ଥାନା ପୋଲିସ ପହଂଚି କାର ଚାଳକ ଓ ଅନ୍ୟ ବ୍ୟକ୍ତିଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଛି । ଡ୍ରାଇଭର ଓ ବ୍ୟକ୍ତି ଜଣକ କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲାର ହୋଇଥିବା ସୂଚନା ରହିଛି । କାର ଜାଳିବା ପରେ ଘଟଣା ସ୍ଥଳରେ ପହଁଚିଥିଲା ଅଗ୍ନିଶମ ଟିମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ