Masthead

ଓଡ଼ିଶା-ଆନ୍ଧ୍ର ଭାଷାଭିତ୍ତିକ ପାଠପଢ଼ା ପ୍ରସଙ୍ଗରେ ଆଲୋଚନା

ଭୁବନେଶ୍ୱର( ବଡ଼ ଖବର ବ୍ୟୁରେ): ଓଡ଼ିଶା-ଆନ୍ଧ୍ର ସୀମା ବିବାଦ ଥମିବାରେ ନାଁ ଧରିନି । ଓଡ଼ିଶା ଭିତରେ ପଶି ଆନ୍ଧ୍ର ସରକାର ଗଞ୍ଜାମ, କୋରପୁଟ, ରାୟଗଡା, ଗଜପତି ସୀମାନ୍ତ ଅଞ୍ଚଳରେ ନିର୍ବାଚନ କରିବାକୁ ଘୋଷଣା କରିସାରିଥିଲା । ଓଡ଼ିଶା ସରକାରଙ୍କ ହସ୍ତକ୍ଷେପ ପରେ ପ୍ରାର୍ଥୀମାନେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିନେଇଛନ୍ତି । ଏହାରି ଭିତରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ଭାଷାଭିତ୍ତିରେ ପାଠପଢ଼ା ପ୍ରସଙ୍ଗରେ ମଧ୍ୟ ଦୁଇ ରାଜ୍ୟର ପ୍ରତିନିଧି ଦଳ ଆଲୋଚନା କରିଛନ୍ତି । ଆନ୍ଧ୍ରରେ ଥିବା ୪ ହଜାର ୫ଶହରୁ ଅଧିକ ଓଡ଼ିଆ ପିଲାଙ୍କୁ ଓଡ଼ିଆ ଭାଷା ପଢ଼ାଇବା ଓ ସମସ୍ତ ସୁବିଧା ଦେବା ପାଇଁ ଆଲୋଚନା ହୋଇଛି ।

ତେଲୁଗୁ ଭାଷା ଶିଖିବାକୁ ଆଗ୍ରହ ଥିଲେ ମଧ୍ୟ ଶିକ୍ଷକ ଅଭାବ ଯୋଗୁ ପିଲା ପାଠ ପଢ଼ି ପାରୁନାହାନ୍ତି ବୋଲି ଆନ୍ଧ୍ର ପ୍ରତିନିଧି ଅଭିଯୋଗ କରିଥିଲେ । ତେବେ ଓଡ଼ିଶାରେ ଥିବା ରାୟଗଡା, ଗଜପତି, ମାଲକାନଗିରି, ନବରଙ୍ଗପୁର, ଗଞ୍ଜାମ, କୋରପୁଟରେ ପ୍ରାୟ ୮୦ ଲକ୍ଷ ତେଲୁଗୁ ଭାଷାଭାଷୀ ଲୋକଙ୍କୁ ଭାଷାଭିତ୍ତିରେ ପାଠପଢ଼ାଇବା ପାଇଁ ସରକାର ପ୍ରତିଶୃତି ଦେଇଛନ୍ତି । ଏ ନେଇ ଆନ୍ଧ୍ର ବିଧାନସଭା ପରିଷଦ ପ୍ରତିନିଧି ଦଳଙ୍କ ସହ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଆଲୋଚନା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି