Masthead

ନିଶୁଳ୍କ ଦର୍ଶନ କରିବେ ଭକ୍ତ

ପୁରୀ (ବଡ଼ ଖବର ବ୍ୟୁରୋ): ନିଶୁଳ୍କ ଦର୍ଶନ କରିବେ ଭକ୍ତ । ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଉ ଦେବାକୁ ପଡ଼ିବନି ପ୍ରବେଶ ଶୁଳ୍କ । ଖାଲି ଗୁଣ୍ଡିଚା ମନ୍ଦିର ନୁହେଁ, ନରେନ୍ଦ୍ର ପୁଷ୍ମରଣୀ, ରୋହିଣୀ କୁଣ୍ଡ, ଶ୍ରୀମନ୍ଦିର ମହାଲକ୍ଷ୍ମୀ ଭଣ୍ଡାର ରୋଷ ଦର୍ଶନୀ ମାହାଲ, ନୀଳାଚଳ ଉପବନ ଓ କୋଇଲି ବୈକୁଣ୍ଠ ଆଦି ମାହାଲଗୁଡିକର ନିଲାମ ବନ୍ଦ କରାଯାଇଛି । ୨୦୨୧-୨୨ ଆର୍ଥିକ ବର୍ଷରୁ ଏହାକୁ ବନ୍ଦ କରିବା ପାଇଁ ନିଷ୍ପତି ନେଇଛି ଶ୍ରୀମନ୍ଦିର ପ୍ରଶାସନ । ଏହି ନିଲାମ ବନ୍ଦ କରିବା ଯୋଗୁଁ ପ୍ରାୟ ୭ କୋଟି ଟଙ୍କାର ରାଜସ୍ୱ ହାନି ହେବ ।

ତେବେ ପରିଚାଳନା କମିଟିର ନିଷ୍ପତି ଅନୁସାରେ ଭକ୍ତଙ୍କୁ ନିଶୁଳ୍କ ସେବା ଓ ଦର୍ଶନ ପାଇଁ ଏଭଳି ନିଷ୍ପତି ନେଇଛି ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀଗୁଣ୍ଡିଚା ମନ୍ଦିରରେ ଭକ୍ତଙ୍କ ପ୍ରବେଶ ପାଇଁ ପୂର୍ବରୁ ୨୦ ଟଙ୍କା ଲେଖାଏଁ ପ୍ରବେଶ ଶୁଳ୍କ ନେଉଥିଲେ ନିଲାମଧାରୀ । ସେହିପରି ନରେନ୍ଦ୍ର ପୁଷ୍କରଣୀ ପାଇଁ ଯାତ୍ରୀଙ୍କୁ ଟଙ୍କା ଦେବାକୁ ପଡ଼ୁଥିଲା । ରୋହିଣୀ କୁଣ୍ଡ ପାଇଁ ମଧ୍ୟ ଭକ୍ତଙ୍କୁ ଅର୍ଥ ଦେବାକୁ ପଡ଼ୁଥିଲା । ଏସବୁ ନିଶୁଳ୍କ ହେବା ପରେ ପ୍ରଶାସନକୁ ସାଧୁବାଦ ଦେଇଛନ୍ତି ଭକ୍ତ ଓ ଶ୍ରଦ୍ଧାଳୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ଯାଇଛି ୭ ଜୀବନ: ସୁରେଶ ପୂଜାରୀ 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ଯାଇଛି ୭ ଜୀବନ: ସୁରେଶ ପୂଜାରୀ