Masthead

ଆସନ୍ତାକାଲି ଭାରତ ବନ୍ଦ

ବଡ଼ ଖବର ବ୍ୟୁରୋ : ଆସନ୍ତାକାଲି ହେବ ଭାରତ ବନ୍ଦ । ସର୍ବଭାରତୀୟ ବ୍ୟବସାୟୀ ସଂଘ ପକ୍ଷରୁ ଦିଆଯାଇଛି ଏହି ବନ୍ଦ ଡ଼ାକରା । ବିଭିନ୍ନ ଦାବି ନେଇ ସର୍ବଭାରତୀୟ ବ୍ୟବସାୟୀ ସଂଘ ପକ୍ଷରୁ ଦିଆଯାଇଛି ଏହି ବନ୍ଦ ଡ଼ାକରା । ଜିଏସଟି ସରଳୀକରଣ, ଇ-କମର୍ସ ବ୍ୟବସାୟୀଙ୍କ ବିସ୍ତାରବାଦ ନୀତି ଉପରେ ସରକାରୀ ନିୟନ୍ତ୍ରଣ ଓ ଖାଦ୍ୟ ନିରାପତ୍ତାମାନ ଆଇନରେ ଥିବା କଠୋର ଜରିମାନ ବ୍ୟବସ୍ଥା ଉଚ୍ଛେଦ ଦାବିରେ ଏହି ବନ୍ଦ ଡ଼ାକରା ଦିଆଯାଇଛି ।

ଏହି ଡ଼ାକରାକୁ ଓଡ଼ିଶା ବ୍ୟବସାୟର ମହାସଂଘ ସମର୍ଥନ କରିଛି । ଅତ୍ୟାବଶ୍ୟକ ସେବା ବ୍ୟତୀତ ଓଡ଼ିଶାରେ ଅନ୍ୟ ବ୍ୟବସାୟୀମାନେ ଆସନ୍ତାକାଲି ଦୋକାନ ବନ୍ଦ ରଖି ସହଯୋଗ କରିବାକୁ ମହାସଂଘ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି । ବ୍ୟବସାୟୀ ମହାସଂଘର ମହାସଚିବ କହିବା ଅନୁସାରେ ଯେତେବେଳେ ଜିଏସଟି ଲାଗୁ ହେଲା ସେ ସମୟରେ ସରକାର ସାଧାରଣ ଟିକସ ବୋଲି ଘୋଷଣା କରିଥିଲେ । କିନ୍ତୁ କ୍ରମେ ଏହାକୁ ଜଟିଳ କରିଦିଆଯାଇଛି । ଏହା ଦ୍ୱାରା ବ୍ୟବସାୟୀମାନଙ୍କୁ କ୍ଷତି ସହିବାକୁ ପଡ଼ୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରୀ, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରୀ, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ