Masthead

ବିଧାନସଭାରେ ଆତ୍ମହତ୍ୟା ଧମକ

ଭୁବନେଶ୍ୱର(ବଡ ଖବର ବ୍ୟୁରୋ):ଗୃହରେ ବିଜେପି ବିଧାୟକଙ୍କ ଆତ୍ମହତ୍ୟା ଧମକ । ମଣ୍ଡିରୁ ଧାନ ଉଠାଇବା ନେଇ ଗୃହରେ ବିଜେପି ସଦସ୍ୟମାନେ ହୋହାଲ୍ଲା କରିଛନ୍ତି । ଧାନ ତୁରନ୍ତ ଉଠାଇବା ପାଇଁ ବିଜେପି ବିଧାୟକ ସୁବାଷ ପାଣିଗ୍ରାହୀ ଗୃହରେ ଆତ୍ମହତ୍ୟା ଧମକ ଦେଇଛନ୍ତି । ବିଜେପିର ଅନ୍ୟ ସଦସ୍ୟମାନେ ମଧ୍ୟ ଗୃହରେ ପ୍ରତିବାଦ କରିଛନ୍ତି । ଦୀର୍ଘ ଦିନ ଧରି ମଣ୍ଡିରେ ଧାନ ପଡିରହିଛି, ଯାହାଫଳରେ ଚାଷୀ ମାନେ ହନ୍ତସନ୍ତ ହେଉଛନ୍ତି ।

ସେହିପରି ଶୂନ୍ୟକାଳରେ ଗୃହରେ ଧାନ କିଣା ପ୍ରସଙ୍ଗରେ ପ୍ରଶ୍ନ ଉଠାଇଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । କଂଗ୍ରେସର ଅନ୍ୟ ବିଧାୟକ ମାନେ ମଧ୍ୟ ପ୍ରତିବାଦ କରି ଧାରଣା ଦେଇଛନ୍ତି । ଏହି କାରଣରୁ ଶୂନ୍ୟକାଳ ଚାଲି ପାରିଲା ନାହିଁ । ବର୍ତ୍ତମାନ ରାଜ୍ୟର ସବୁଠୁ ବଡ ସମସ୍ୟା ରହିଛି ଧାନ କିଣା । ସରକାର ପଞ୍ଜିକରଣ ଚାଷୀଙ୍କ ଠାରୁ ଧାନ କିଣିବାକୁ ବାଧ୍ୟ । ଚାଷୀମାନଙ୍କୁ ଅଭାବୀ ବିକ୍ରି କରିବାକୁ ସରକାର ବାଧ୍ୟ କରୁଛନ୍ତି । ତୁରନ୍ତ ବିଭାଗୀୟ ମନ୍ତ୍ରୀ ଏବଂ ସଦସ୍ୟଙ୍କୁ ଡାକି ଏ ସଂପର୍କରେ ଆଲୋଚନା କରାଯାଉ । କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର ଏଭଳି ଦାବି ରଖିଛନ୍ତି ବାଚସ୍ପତିଙ୍କ ନିକଟରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼