Masthead

ଛୁରାମାଡରେ ଚାଲିଗଲା ଜୀବନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରବିବାର ଦିନ ଉତ୍ତର ପଶ୍ଚିମ ଦିଲ୍ଲୀର ଆଦର୍ଶ ଅଞ୍ଚଳରେ ଡକାୟତି ଘଟଣାର ବିରୋଧ କରୁଥୁବା ବେଳେ ଜଣେ ୨୫ ବର୍ଷ ବୟସ୍କା ମହିଳାଙ୍କୁ ଛୁରାମାଡରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି ଯେ, ଶନିବାର ସକାଳ ପ୍ରାୟ ୯ଟା ୩୦ ମିନିଟରେ ସେ ବଜାରରୁ ନିଜ ପିଲାକୁ ଧରି ଘରକୁ ଫେରୁଥିଲେ । ପୋଲିସର କହିବା ଅନୁଯାୟୀ, ଅଭିଯୁକ୍ତ ପୀଡିତାଙ୍କୁ ଛୁରାମାଡ କରି ପଳାଇ ଯାଇଥିଲା ।

ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା ଯେଉଁଠାରେ ତାଙ୍କୁ ମୃତ ଘୋଷଣା କରାଗଲା । ଏହି ଘଟଣା ସିସିଟିଭି ଫୁଟେଜରେ ଦେଖିବାକୁ ମିଳିଥିଲା, ଯାହାକି ବର୍ତ୍ତମାନ ସୋସିଆଲ ମିଡିଆରେ ଖୁବ ଭାଇରାଲ ହେଉଛି । ଫୁଟେଜରେ ଦେଖିବାକୁ ମିଳିଥିଲା ଦୁଇ ଜଣ ମହିଳା ଚାଲୁଥିବାର । ଜଣେ ପୁରୁଷ ସେହି ମହିଳାଙ୍କୁ ଗୋଡାଉଥିଲା ଏବଂ ତାଙ୍କ ପଛରୁ ଚେନ ଛଡେଇ ନେବାକୁ ଚେଷ୍ଟା କରୁଥିଲା। ମହିଳା ଜଣଙ୍କ ତାଙ୍କୁ ଗୋଡାଇଲେ, ଯାହାଫଳରେ ଅଭିଯୁକ୍ତ ରାସ୍ତାରେ ପଡିଯାଇଥିଲା । ଏହାପରେ ଅଭିଯୁକ୍ତ ଠିଆ ହୋଇ ମହିଳାଙ୍କୁ ଛୁରୀରେ ହତ୍ୟା କରିଥିଲେ । ଆଇପିସି ଧାରା ଅନୁଯାୟୀ ଏହି କେସ ଆଦର୍ଶ ନଗର ପୋଲିସ ଷ୍ଟେସନରେ ପଞ୍ଜୀକୃତ ହୋଇଛି । ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସର ପ୍ରୟାସ ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ