Masthead

ବିବନକୁ ଚିହ୍ନିଲେ ଅଞ୍ଜନା

ଭୁବନେଶ୍ୱର (ବଡ ଖବର ବ୍ୟୁରୋ): ମନେପଡିଗଲା ୨୨ ବର୍ଷର କଳା କାହାଣୀ କଥା । ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାର ୨୨ ବର୍ଷ ପରେ ଗିରଫ ହୋଇଥିବା ମୁଖ୍ୟ ଅଭିଯୁକ୍ତ ବିବନ ଓରଫ୍ ବିବେକାନନ୍ଦ ବିଶ୍ୱାଳର ଟିଆଇ ପରେଡ୍ ଶେଷ ହୋଇଛି । ଟିଆଇ ପରେଡରେ ଅଭିଯୁକ୍ତ ବିବନଙ୍କୁ ଅଞ୍ଜନା ଚିହ୍ନିପାରିଛନ୍ତି । ସେଦିନ ଗାଡି ଚଳାଇଥିବା ଡ୍ରାଇଭର ମଧ୍ୟ ଚିହ୍ନିଥିବା ସୂଚନା ମିଳିଛି । ଭୁବନେଶ୍ୱର ସ୍ୱତନ୍ତ୍ର ସିଜେଏମ୍ ସିବିଆଇ କୋର୍ଟ ଆଜି ତଦନ୍ତକାରୀ ଅଧିକାରୀଙ୍କ ଆବେଦନ ଉପରେ ଅନୁମତି ପ୍ରଦାନ କରିଥିଲେ । ଜେଏମଏଫସି ସୃଜାଲିନ ମହାନ୍ତିଙ୍କ ଉପସ୍ଥିତିରେ ଝାରପଡା ଜେଲ ପରିସରରେ ଥିବା ହଲ୍ ଭିତରେ ଏହି ଟିଆଇ ପରେଡ୍ ଶେଷ ହୋଇଛି ।

ବିବନ ସହ ଅନ୍ୟ ୧୨ ଜଣ କଏଦୀଙ୍କୁ ଏକାଠିି ଗୋଟିଏ ଧାଡିରେ ଛିଡା କରାଯାଇଥିଲା । ଯେଉଁ ୧୨ ଜଣ କଏଦୀ ସେଠାରେ ଛିଡା ହୋଇଥିଲେ ସେମାନଙ୍କ ଉଚ୍ଚତା ଓ ଶରୀରର ଗଠନ ପାଖାପାଖି ବିବନ ଭଳି ରହିଥିବ । ତା ସହ ଆନୁମାନିକ ବୟସ ମଧ୍ୟ ପାଖାପାଖି ହୋଇଥିବ । ସେହି ସମୟରେ ମାଜିଷ୍ଟ୍ରେଟ୍ ଓ ଜେଲର ଜଣେ ଅଧିକାରୀ ସେହି ସ୍ଥାନରେ ଉପସ୍ଥିତ ଥିଲେ । ୧୦ ମିନିଟ ଧରି ଟିଆଇ ପରେଡ ହୋଇଥିଲା । ଟିଆଇ ପ୍ୟାରେଡ ସରିବାପରେ ପ୍ରଥମେ ବାହାରକୁ ଆସିଥିଲେ ମାଜିଷ୍ଟ୍ରେଟ୍ । ତା ପରେ ଅଞ୍ଜନା ବାହାରକୁ ଆସିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା