Masthead

ଟିକା ନେବାର ନିର୍ଦ୍ଦିଷ୍ଟ ସମୟ ଉଠିଲା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସାରା ଦେଶରେ ଟିକାକରଣକୁ ତ୍ୱରାନ୍ୱିତ କରିବାକୁ କେନ୍ଦ୍ର ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏଣିକି ଦିନର ଯେକୌଣସି ସମୟରେ କରେନା ଟିକା ନେଇପାରିବେ । ପୂର୍ବରୁ ସକାଳ ୯ଟାରୁ ସନ୍ଧ୍ୟା ୫ଟା ମଧ୍ୟରେ ଟିକାକରଣ ହେବ ବୋଲି ସମୟ ଧାର୍ଯ୍ୟ କରିଥିଲେ କେନ୍ଦ୍ର ସରକାର । କିନ୍ତୁ ଟିକା କେନ୍ଦ୍ରରେ ଲୋକଙ୍କ ଭିଡ଼ କମାଇବାକୁ ଦୃଷ୍ଟିରେ ରଖି ଏବଂ ବୟସ୍କ ନାଗରିକଙ୍କୁ ସୁବିଧାରେ ଟିକାଦାନ ପାଇଁ ଏହି କଟକଣାକୁ କୋହଳ କରାଯାଇଛି ।

ଏଣିକି ହସ୍ପିିଟାଲଗୁଡ଼ିକ ଯେତେ ସମୟ ପର୍ଯ୍ୟନ୍ତ ଚାହିଁବେ ଟିକାକରଣ କାର୍ଯ୍ୟ କରିପାରିବେ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ କହିଛି। ଦେଶବ୍ୟାପୀ ଟିକାକରଣକୁ ତ୍ୱରାନ୍ୱିତ କରିବା ପାଇଁ ଲୋକମାନେ ଏଣିକି ସପ୍ତାହକ ୭ ଦିନ ଏବଂ ଦିନର ୨୪ ଘଣ୍ଟା ଭିତରେ ଯେ କୌଣସି ସମୟରେ ଟିକା ନେଇପାରିବେ ବୋଲି ସ୍ପଷ୍ଟ କରାଯାଇଛି । ଦେଶରେ ବର୍ତ୍ତମାନ ତୃତୀୟ ପର୍ଯ୍ୟାୟ ଟିକାକରଣ ଚାଲୁ ରହିଛି । ଏହିି ପର୍ଯ୍ୟାୟରେ ୬୦ ବର୍ଷରୁ ଅଧିକ ଏବଂ ଜଟିଳ ରୋଗରେ ପୀଡ଼ିତ ଥିବା ୪୫ ବର୍ଷରୁ ଅଧିକ ବ୍ୟକ୍ତିଙ୍କୁ କରୋନା ଟିକା ଦିିଆଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା