Masthead

ଏକତରଫା ପ୍ରେମରେ ଆକ୍ରମଣ, ମା ମୃତ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ଗୋଟିଏ ପଟେ ରାଜ୍ୟ ପାଳନ କରୁଛି ବିଶ୍ୱ ମହିଳା ଦିବସ । ଅନ୍ୟପଟେ ଦିନ ଦ୍ୱିପହରରେ ମହିଳାଙ୍କୁ କରାଯାଇଛି ଛୁରାମାଡ । ଏଭଳି ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ କର୍ଲାଖୁଂଟା ଗାଁରେ । ଏକତରଫା ପ୍ରେମରୁ ଘଟିଛି ଏଭଳି ଛୁରାମାଡ । ଛୁରାମାଡରେ ଯୁବତୀଙ୍କ ମା’ଙ୍କର ମୃତ୍ୟୁ ଘଟିଛି । ଅନ୍ୟପଟେ ଯୁବତୀ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ଯୁବତୀଙ୍କୁ କେସିଙ୍ଗା ମେଡିକାଲରେ ଭର୍ତ୍ତି କରାଯାଇଛି ।

ମୃତ ମହିଳା ଜଣକ ହେଲେ ୫୫ ବର୍ଷିୟ ସିନ୍ଧୁ ବାଗ । ଅଭିଯୁକ୍ତ ତିଲକର ନାଏକକୁ କେସିଙ୍ଗା ପୋଲିସ ଗିରଫ କରିଛି । ସକାଳେ ଯୁବତୀ ଜଣକ ତାଙ୍କ ମା’ ସିନ୍ଧୁଙ୍କ ସହ ଗାଧୋଇ ସାରି ଘରକୁ ଫେରୁଥିଲେ । ଏହି ସମୟରେ ପୂର୍ବରୁ ଛକି ରହିଥିବା ତଥାକଥିତ ପ୍ରେମିକ ଯୁବତୀଙ୍କୁ ଛୁରାମାଡ କରିଥିଲା । ଝିଅକୁ ବଞ୍ଚାଇବାକୁ ଯାଇ ମା ସିନ୍ଧୁ ଗୁରୁତର ଆହତ ହୋଇଥିଲେ । ଉଭୟଙ୍କୁ ମେଡିକାଲ ନେଇଥିଲେ ମଧ୍ୟ ଡାକ୍ତର ସିନ୍ଧୁଙ୍କୁ ମୃତ ଘୋଷଣା କରିଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼